ଶନିବାର ରାଶିଫଳ ୩୧.୦୭.୨୦୨୧

ମେଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆଦର ଆଶାନୁରୂପ ହେବ। ଐଶ୍ବର୍ଯ୍ୟପ୍ରାପ୍ତିର ସୁଯୋଗ ଅଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଅର୍ଥପ୍ରାପ୍ତିର ସୂଚନା ମିଳୁଛି।
ବୃଷ: କାର୍ଯ୍ୟରେ ସଫଳତା ମିଳିବା କଷ୍ଟସାଧ୍ୟ ହେବ। ବହୁ ବ୍ୟୟର ସମ୍ମୁଖୀନ ହୋଇ ପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତରେ ସମୟ ବିତାଇବାକୁ ଇଚ୍ଛା କରିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଦେଖାଦେବ। ମଧୁର ଭାଷୀ ହେବେ।
ମିଥୁନ: ଶରୀର ସୁସ୍ଥ ରହିବ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ଅର୍ଥପ୍ରାପ୍ତିର ସୂଚନା ମିଳୁଛି। ଯାନବାହନ ସୁଖ ମିଳିବ।
କର୍କଟ: ଉଚ୍ଚ ସମ୍ମାନ ଲାଭ କରିବେ। କୁଳପ୍ରଦୀପ ହେବେ। ମନପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟରେ ଢେର ଉନ୍ନତି ଘଟିବ। ଯଶସ୍ବୀ ହେବେ। ସରକାରୀ କୃପାଲାଭ କରିବେ।
ସିଂହ: ଈଶ୍ବର ନିଷ୍ଠା ରହିବ। ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଜୀବନ, ସୁଖ-ସମୃଦ୍ଧିପୂର୍ଣ୍ଣ ହେବ। ମନ ପ୍ରସନ୍ନ ରହିବ। ବିଦ୍ବାନ୍‌ ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କନ୍ୟା: ପ୍ରତିଶୋଧ ପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଯାନ-ବାହନ ଗହଳି ରାସ୍ତାରେ ଚଳପ୍ରଚଳ ମନା। ସତର୍କତାର ଦିନ।
ତୁଳା: ସୁଖଲାଭ କରିବେ। ବଣିକ, ବେପାର ସୁରୁଖୁରୁରେ ଚାଲିବ। ସମାଜସେବା ପ୍ରତି ମନ ବଳାଇ ପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀ ଆପଣଙ୍କୁ ପତନ ମୁଖରୁ ରକ୍ଷା କରିବେ। ମୂଲ୍ୟବାନ୍‌ ଧାତୁଦ୍ରବ୍ୟ ମିଳିପାରେ।
ବିଛା: ଦୃଢ଼ ମନୋବଳ ନେଇ କାର୍ଯ୍ୟ କରିବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ମନ ପ୍ରସନ୍ନ ରହିବ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷ ପ୍ରଶଂସାଭାଜନ ହେବେ।
ଧନୁ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନ ଲାଭ କରିପାରନ୍ତି। ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ଶିକ୍ଷିତ​‌ା ପତ୍ନୀଙ୍କ ଉପଦେଶ ଗ୍ରହଣ କରିବେ।
ମକର: ପ୍ରଥମେ ଅନାଦର ହୋଇପାରନ୍ତି। ଭୟ ସ୍ବଭାବର ହେବେ। ଦାନଶୀଳ ହେବେ। ସୁଖୀ ଓ ଶୋଭନ ବ୍ୟକ୍ତିତ୍ବଯୁକ୍ତ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମରେ ନିଜକୁ ନିୟୋଜିତ କରିବେ। ଭଉଣୀ ସାହାଯ୍ୟ କରିବେ।
କୁମ୍ଭ: ଉଚ୍ଚ ସମ୍ମାନ ଲାଭ କରିବେ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। କଥା ମଧୁର ହୋଇପାରେ। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ ହୋଇପାରନ୍ତି। ନିଜ ଭଉଣୀଠାରୁ ସୁଖ, ସମ୍ମାନ ମିଳିବ।
ମୀନ: ଆଳସ୍ୟ ପରାୟଣ ହୋଇପାରନ୍ତି; ମାତ୍ର ଭାଗ୍ୟର ପରିବର୍ତ୍ତନ ଘଟିବ। ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଉଦାରସ୍ବଭାବ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।

Comments are closed.