ଶନିବାର ରାଶିଫଳ ୦୪.୦୯.୨୦୨୧

ମେଷ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଉତ୍ତମ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷିକର୍ମ ଉପରେ ଗୁରୁତ୍ବ ଦେବେ। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
ବୃଷ: ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ପାଇବେ।
ମିଥୁନ: ସୌଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିବ।
କର୍କଟ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ଆଶାନୁରୂପ ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବାସହିତ ଅର୍ଥ ପ୍ରାପ୍ତି ହେବାର ସୂଚନା ମିଳୁଛି।
ସିଂହ: ଚଞ୍ଚଳ ସ୍ବଭାବର ହୋଇପାରନ୍ତି। ଥଣ୍ଡାକଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ନିରୋଳା ସ୍ଥାନରେ ସମୟ କଟାଇବାକୁ ଇଚ୍ଛା କରିବେ। ମଧୁର ଭାଷାରେ ସମସ୍ତଙ୍କ ମନ କିଣିବେ। ଚକ୍ଷୁ ଯନ୍ତ୍ରଣା ପାଇଁ ଅଧିକ ବ୍ୟୟ ହେବ।
କନ୍ୟା: ରୋଜଗାର ଊଣା ହେବ ନାହିଁ। ସୁସ୍ଥ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହ ରାଜକୋଷ ଅର୍ଥପ୍ରାପ୍ତିର ସୁଯୋଗ ଅଛି।
ତୁଳା: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ବିଦ୍ୟାର୍ଥୀଙ୍କୁ ଶୁଭ ଫଳ ମିଳିବ।
ବିଛା: ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗୀ ଓ ବିଳାସୀ ହୋଇପାରନ୍ତି। ଜୀବନ, ସୁଖସମୃଦ୍ଧିପୂର୍ଣ୍ଣ ହେବ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ସଫଳ ଉଦ୍ୟୋଗୀ ହେବେ।
ଧନୁ: ସ୍ବାଭିମାନୀ ହୋଇପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡ଼ିବ। ଅଷ୍ଟମ ଚନ୍ଦ୍ର ଯୋଗଁୁ ସତର୍କରେ ଚଳିବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମକର: ବନ୍ଧୁ ମିଳନରେ ଉପକୃତ ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବା ଓ ପରୋପକାର ପ୍ରତି ମନ ବଳାଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ କଥାରେ ପରିଚାଳିତ ହୋଇପାରନ୍ତି।
କୁମ୍ଭ: ଅନାବଶ୍ୟକ ଖର୍ଚ୍ଚ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧା ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
ମୀନ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରିରୁ ଉଠାଣ ଫଳ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଧନ ଲାଭ ହେବ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ।

Comments are closed.