ଶନିବାର ରାଶିଫଳ ୧୬.୧୦.୨୦୨୧

ମେଷ: ସ୍ୱଳ୍ପ ଆୟର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମ ଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତ ହେବେ।
ବୃଷ: କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ ସଦିଛା ଭାବ ରହିବ।
ମିଥୁନ: ଭ୍ରମଣ ସୁଖ ମିଳିବ। ଭାଗ୍ୟଶାଲୀ ହୋଇପାରନ୍ତି। ଭୋଗୀ ଓ ବିଳାସୀ ହେବେ। ଜୀବନ ସୁଖ ସମୃଦ୍ଧି ପୂର୍ଣ୍ଣ ହେବ। ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କର୍କଟ: ଈର୍ଷା ପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ସହଯୋଗୀ ବ୍ୟବସାୟରୁ ଲାଭ ପାଇବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟ ସ୍ଥଗିତ ରଖିବାକୁ ପଡିବ। ଅଷ୍ଟମ ଚନ୍ଦ୍ର ଯୋଗୁ ସତର୍କ ରହିବେ।
ସିଂହ: ବହୁ ମିତ୍ରଙ୍କ ସାନିଧ୍ୟ ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ସ୍ୱାକାର୍ଯ୍ୟ ପାଇଁ ମନରେ ଅହଂ ଭାବ ଆସିପାରେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।
କନ୍ୟା: ଅନାବଶ୍ୟକ ଖର୍ଚ୍ଚର ସମ୍ମୁଖୀନ ହୋଇପାରନ୍ତି। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ସତୃହନ୍ତା ହୋଇପାରନ୍ତି। ଚାକିରୀ କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରସଂସାର ପତ୍ର ହେବେ। ସୁଖ ମିଳିବ।
ତୁଳା: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମ ଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ବ୍ୟବସାୟରେ ବିଭିନ୍ନ ସ୍ତରରୁ ପ୍ରଚୁର ଲାଭ ମିଳିବ।
ବିଛା: ଉଦାର ପ୍ରକୃତିର ହେବେ। ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମ ପ୍ରତି ଅଧିକ ଧ୍ୟାନ ଦେବେ। ଜଳ ପ୍ରତି ଆଦର, ପ୍ରେମୀ ଓ ବୁଦ୍ଧିମାନ ହେବେ।
ଧନୁ: ଶ୍ରମ ସାର୍ଥକ ହେବ। ମନ ପ୍ରସନ୍ନ ରହିବ। ଆତ୍ମା ବିଶ୍ୱାସୀ ହେବେ। ମିଷ୍ଟଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭାତୃଭାଵ ଅତୁଟ ରହିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ ହେବେ। ସର୍ବତ୍ର ବିଜୟୀ ହେବେ।
ମକର: ଭାଗ୍ୟଶାଲୀ ହୋଇପାରନ୍ତି। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ସ୍ଵଭାଵ ଓ ବିଦ୍ୟପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବହୁମିତ୍ରଙ୍କ ସହାୟତା ପାଇ ଖୁସି ହେବେ।
କୁମ୍ଭ: ଶ୍ରୀଚନ୍ଦ୍ର ଭୋଗ ହେତୁ ମିଷ୍ଟାନ ଭୋଜନରେ ଆପ୍ୟାୟିତ ହେବେ। ଆୟ ବୃଦ୍ଧିର ସୂଚନା ମିଳୁଛି। ଐଶ୍ୱର୍ଯ୍ୟଯୁକ୍ତ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୁସ୍ଥ ରହିବେ। ବିଦ୍ୱାନ ଓ ଶାସ୍ତ୍ରଜ୍ଞ ହେବେ।
ମୀନ: କର୍ମ ଚଞ୍ଚଳ ରହିବେ। ଥଣ୍ଡା-କଫ ଜନିତ ସାମାନ୍ୟ କ୍ଳେଶ ଭୋଗ କରିପାରନ୍ତି। ଏକାନ୍ତରେ କିଛି ସମୟ ବିତାଇବାକୁ ଇଛା ପ୍ରକାଶ କରିପାରନ୍ତି। ଭାଷା ମଧୁର ଯୋଗୁ ସମସ୍ତଙ୍କର ପ୍ରିୟ ପାତ୍ର ହେବେ। ସାହସୀ ହେବେ।

Comments are closed.