ଶନିବାର ରାଶିଫଳ (୧୫.୦୫.୨୦୨୧)

ମେଷ: ନିଜର କର୍ମ କୁଶଳତା ପାଇଁ ସମ୍ମାନିତ ହେବେ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃଭାବ ଅତୁଟ ରହିବ।
ବୃଷ: ଭାଗ୍ୟଶାଳୀ ହେବେ। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସହାୟତା ମିଳିପାରେ। ବ୍ୟବସାୟ ଲାଭଜନକ ହେବ।
ମିଥୁନ: ସୁଖ-ସମ୍ମାନ ଲାଭ କରିବେ। ରୋଜଗାର ଆଶାନୁରୂପ ହେବ। ବଳଶାଳୀ ହେବେ। ଐଶର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ସୈନିକମାନେ ଋଣ କ୍ଷେତ୍ରରେ ପାରଙ୍ଗମ ହେବେ। ମାଲି-ମୋକଦ୍ଦମାରେ ବିଜୟୀ ହେବା ସହିତ ମୋକଦ୍ଦମା ଖର୍ଚ୍ଚ ପାଇବେ।
କର୍କଟ: ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ଥଣ୍ଡା-କଫରେ ଆକ୍ରାନ୍ତ ହେବାର ସୂଚନା ମିଳୁଛି। କର୍ମଚଞ୍ଚଳ ରହିବେ। ନିରୋଳାରେ କିଛି ସମୟ ବିତାଇବାକୁ ଇଚ୍ଛା କରିବେ। ଧର୍ମୀୟ କାର୍ଯ୍ୟରେ ଅଧିକ ବ୍ୟୟ କରି ପାରନ୍ତି। ସାହସୀ ଓ ଜ୍ଞାନୀ ହେବେ।
ସିଂହ: ସୁଖୀ ହେବେ। ସମ୍ମାନିତ ହେବେ। ଆୟ ପରିମାଣ ବୃଦ୍ଧି ପାଇବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରୁ ଅର୍ଥପ୍ରାପ୍ତିର ସୂଚନା ମିଳିଛି। ଜ୍ୟୋତିଷ ବିଦ୍ୟାରେ ରୁଚି ରହିବ।
କନ୍ୟା: କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି। ପାରିବାରିକ ସ୍ନେହ ଅତୁଟ ରହିବ। ଘାତଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।
ତୁଳା: ସେବା ସଂସ୍ଥାରେ ଯୋଗଦାନ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗବିଳାସ କରି ପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ-ଯାପନ କରିବେ। ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବିଛା: ଈଶ୍ବର ନିଷ୍ଠା ଆପଣଙ୍କୁ ମହାନ କରି ଗଢ଼ି ତୋଳିବ। ସ୍ବାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସରୟ ଲାଭଜନକ ହେବ। ବହୁପୋଷକ ହେବେ। ଯାନବାହନରେ ସତର୍କରେ ଚଳିବେ।
ଧନୁ: ଆମୋଦ-ପ୍ରମୋଦରେ ଦିନଟି ଅତିବାହିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ସ୍ବକର୍ମ କୁଶଳତା ପାଇଁ ଗର୍ବିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।
ମକର: ଭ୍ରମଣ ଶୁଭଦାୟକ ହେବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକରିକ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟଭାଜନ ହେବେ। ବଦ୍‌ ଖର୍ଚ୍ଚୀ ହେବେ। ନେତ୍ର ପୀଡ଼ା ଉପୁଜିପାରେ।
କୁମ୍ଭ: କର୍ମଚଞ୍ଚଳ ରହିବେ। କନ୍ୟାସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ଧାର୍ମିକ, ତେଜସ୍ବୀ ଓ ଉତ୍ତର ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁଖୀ ଓ ବିଦ୍ୟାଭାସୀ ହେବେ।
ମୀନ: ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମରେ ପାରଦର୍ଶୀ ହେବେ। ପ୍ରେମୀ ଓ ବୁଦ୍ଧିମାନ ହୋଇପାରନ୍ତି। ଯାନବାହନ ସୁଖ ମଳିପାରେ।

Comments are closed.