ଶନିବାର ରାଶିଫଳ ୨୫.୦୨.୨୦୨୩

ମେଷ: ଆୟର ମାତ୍ରା ବୃଦ୍ଧି ପାଇବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ଚକ୍ଷୁ ସାମାନ୍ୟ ଯନ୍ତ୍ରଣା ଦାୟକ ହୋଇପାରେ। ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ।
ବୃଷ: ଥଣ୍ଡାକଫରେ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ଏକାନ୍ତରେ ମୌନ ରହି ସାଧନାରେ ସିଦ୍ଧି ପ୍ରାପ୍ତ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ଓ ଜ୍ଞାନୀ ହେବେ। ବ୍ୟୟ ଅଧିକ ହେବ।
ମିଥୁନ: ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ସନ୍ତାନମାନେ ଗୁଣୀ ଓ ସମ୍ପତ୍ତିବାନ୍‌ ହେବେ। ତନ୍ତ୍ର, ମନ୍ତ୍ରାଦି, ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ।
କର୍କଟ: କୁଳ ଉଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାର୍ଦ୍ରଚିତ୍ତ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଅଖଣ୍ଡ ଯଶର ଅଧିକାରୀ ହେବେ। ପରିବାର ପ୍ରତି ସ୍ନେହଭାବ ରହିବ।
ସିଂହ: ଭାଗ୍ୟର ପରିବର୍ତ୍ତନ ଘଟିବ। ଭୋଗ ବିଳାସରେ ଦିନଟି ଅତିବାହିତ କରିପାରନ୍ତି। ସୁଖୀ ହେବେ। ସମୃଦ୍ଧିର ମୂଳଦୁଆ ପଡ଼ିବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ ହେବେ।
କନ୍ୟା: ପ୍ରତିଶୋଧ ପରାୟଣ ହେବେ। କଥାବାର୍ତ୍ତାରେ ବାଚାଳତା ପ୍ରକାଶ ପାଇବ। ବ୍ୟବସାୟ ଲାଭଜନକ ହେବ। ନୌକାଯାତ୍ରା ବିପଦର କାରଣ ହୋଇପାରେ। ଅଷ୍ଟମ ଚନ୍ଦ୍ର ଭୋଗ ବିପଦର କାରଣ ହୋଇପାରେ।
ତୁଳା: ବନ୍ଧୁମିଳନରେ ଉପକୃତ ହୋଇପାରନ୍ତି। ସମାଜସେବାରେ ନିଜକୁ ନିୟୋଜିତ କରିପାରନ୍ତି। ସ୍ବକର୍ମ ପାଇଁ ଗର୍ବିତ ହୋଇପାରନ୍ତି। ଗର୍ବଭାବକୁ ବିସର୍ଜିତ କରିପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦହେବ।
ବିଛା: ପରିସ୍ଥିତିକୁ ଆକଳନ କରି ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭ୍ରାତୃଭାବ ଅତୁଟ ରହିବ। ସୁସ୍ଥ ରହିବେ। ଚତୁର ଓ ଶତ୍ରୁହନ୍ତା ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ଚାକିରିରେ ସୁନାମ ଅର୍ଜନ କରିବେ।
ଧନୁ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନଲାଭ ହୋଇପାରେ। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ଆସିବ। ସୁଶ୍ରୀ ପତ୍ନୀଙ୍କ ଉପଦେଶ ଫଳପ୍ରଦ ହେବ। ଧାର୍ମିକ ହେବେ।
ମକର: ଉଦାର ସ୍ବଭାବର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ। ସୁଖୀ ହେବେ।
କୁମ୍ଭ: ଆତ୍ମବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ଅତ୍ୟନ୍ତ ମଧୁର ହେବ। ବ୍ୟବହାର ଭଦ୍ରୋଚିତ ହେବ। ସର୍ବତ୍ର ବିଜୟୀ ହେବେ। ଧନଲାଭ ହୋଇପାରେ। ଯାନବାହନ ସୁଖ ମିଳିପାରେ।
ମୀନ: ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାଚରିତ, ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

Comments are closed.