ଶନିବାର ରାଶିଫଳ ୦୩.୦୭.୨୦୨୧

ମେଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ବୃଦ୍ଧିର ସୂଚନା ମିଳୁଛି। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ବର୍ଯ୍ୟା ପ୍ରାପ୍ତିର ସୁଯୋଗ ଅଛି। ମାଲି-ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୁସ୍ଥ ରହିବେ।
ବୃଷ: ମାନସିକ ସ୍ତରରେ ଦୁର୍ଭାବନା ଜାତ ହୋଇ ପାରେ। କର୍ମ ଚଞ୍ଚଳ ରହିବେ। ଥଣ୍ଡାଜନିତ କ୍ଲେଶ ଅନୁଭବ କରିପାରନ୍ତି। ଅଧିକ ବ୍ୟୟର ସମ୍ମୁଖୀନ ହେବେ। କଥାରେ ଅନ୍ୟକୁ ବଶକରି ପାରନ୍ତି। ନୀତିନିଷ୍ଠ ହେବେ।
ମିଥୁନ: କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ରାଜକୋଷ ଅର୍ଥ ମିଳିପାରେ।
କର୍କଟ: କାର୍ଯ୍ୟରେ ପାରଦର୍ଶିତା ଲାଭ କରିବେ। କୁଳପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟା ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି।
ସିଂହ: ଭାଗ୍ୟଶାଳୀ ହେବେ। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିର ମୂଳଦୁଆ ପଡ଼ିବ। ବିଦ୍ବାନ, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଶିଳ୍ପୋଦ୍ୟାଗୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପର୍ଯ୍ୟଟନର ସୁଯୋଗ ମିଳିବ।
କନ୍ୟା: ସାମାନ୍ୟ ମାତ୍ରାର ଶାରୀରିକ ପୀଡ଼ା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଦୟାଳୁ ଓ ପରୋପକାରୀ, ଧାର୍ମିକ ଓ ବିଚାରବନ୍ତ ହେବେ। ପ୍ରତ୍ୟେକ କାର୍ଯ୍ୟରେ ସତର୍କ ରହିବେ।
ତୁଳା: ବିନା ଦ୍ବିଧାରେ ଉତ୍ସାହିତ ହୋଇ କାର୍ଯ୍ୟ ସମ୍ପାଦନ କରିବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବାରେ ବ୍ରତୀ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ।
ବିଛା: ମନ ପ୍ରସନ୍ନ ରହିବ। ଅନାବଶ୍ୟକ ଖର୍ଚ୍ଚକରି ପାରନ୍ତି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶକ୍ତିଶାଳୀ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ସ୍ବନାମଧନ୍ୟ ହେବେ।
ଧନୁ: କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ଧାର୍ମିକ ଓ ତେଜସ୍ବୀ ହେବେ।
ମକର: ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ ହେବେ। ଭାଇମାନଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
କୁମ୍ଭ: କର୍ମ ତତ୍ପର ହେବେ। ମନ ପ୍ରସନ୍ନ ରହିବ। ଆତ୍ମବିଶ୍ବାସୀ ହୋଇପାରନ୍ତି। ସଦୁପୋଦେଶ ଦାତା ହେବେ। ପ୍ରେମୀ ଓ ସାହସୀ ହେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ ହେବେ। ପ୍ରତିଯାଗିତାରେ ବିଜୟୀ ହେବେ।
ମୀନ: ଭବିଷ୍ୟ କର୍ମପନ୍ଥା ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି। ଭାଗ୍ୟଶାଳୀ ହେବେ। ମଧୁର ଭାଷା, ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ରଙ୍କ ସାନ୍ନିଧ୍ୟ ଶୁଭପ୍ରଦ ହେବ।

Comments are closed.