ଶନିବାର ରାଶିଫଳ

ମେଷ:କାର୍ଯ୍ୟ ବିଳମ୍ବିତ ହୋଇପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଉଚ୍ଚସ୍ଥାନ ଆରୋହଣ ଓ ଜଳଯାତ୍ରା କରିବା ନିଷେଧ।

ବୃଷ: ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ବନ୍ଧୁ ମିଳନରେ ବିଶେଷ ଉପକୃତ ହେବେ। ବ୍ୟବସାୟ ଲାଭଜନକ ହେବ। ସେବା ମନୋଭାବର ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ଉପଦେଶ ଫଳଦାୟକ ହେବ।

ମିଥୁନ: ଶତ୍ରୁ ଉପରେ କଡ଼ା ନଜର ରଖିବାକୁ ପଡ଼ିବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନ-ଯାପନ କରିପାରନ୍ତି। ଶତ୍ରୁକୁ ପରାସ୍ତ କରି ଆଶ୍ବସ୍ତ ହେବେ। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।

କର୍କଟ: ବନ୍ଧୁ ସହାୟତା ମିଳିବା ବେଳେ ବେଳେ ନିଜକୁ ଅସହାୟତା ମନେ କରୁଥିଲେ ବି ଆକସ୍ମିକ ଧନଲାଭ ଯୋଗୁଁ ଆଶ୍ବସ୍ତ ହେବେ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ଚଞ୍ଚଳ ପ୍ରକୃତିର ହେବେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ।

ସିଂହ: ଉଦାର ସ୍ବଭାବର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ବର ପଦ-ମର୍ଯ୍ୟାଦା ଲାଭ କରିବେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। କୃଷିକର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ ହେବେ।

କନ୍ୟା: କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ବଭାବର ହେବେ। ମିଷ୍ଟଭାଷୀ ହୋଇପାରନ୍ତି। ଥଣ୍ଡା-କଫଜନିତ ପୀଡ଼ା ଭୋଗ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର, ସମ୍ମାନ ପାଇବେ।

ତୁଳା: ଚିନ୍ତାଗ୍ରସ୍ତ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ମିତ୍ର ସୁଖ ପାଇବେ। ତ୍ୟାଗଶୀଳ ଓ ନୀତିଜ୍ଞ ହେବେ। ବିଭିନ୍ନ ଦିଗରୁ ଧନାଗମ ହୋଇପାରେ।

ବିଛା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ପ୍ରୀତି ଭୋଜନରେ ଆପ୍ୟାୟିତ ହେବେ। ଆର୍ଥିକ ସ୍ଥିତି ସୁଦୃଢ଼ କରିବାରେ ସକ୍ଷମ ହେବେ। ବଳବାନ୍‌ ହୋଇପାରନ୍ତି। ଐଶ୍ବର୍ଯ୍ୟଯୁକ୍ତ ହେବେ। ମାଲି ମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ।

ଧନୁ: ବ୍ୟବସାୟରେ ଯଥେଷ୍ଟ ଉନ୍ନତି କରିପାରନ୍ତି। ପଥରୋଧର ସମ୍ମୁଖୀନ ହୋଇପାରନ୍ତି। ଚଞ୍ଚଳ ସ୍ବଭାବର ହେବେ। ଥଣ୍ଡା-କଫଜନିତ ପୀଡ଼ା ଅନୁଭବ କରିପାରନ୍ତି। ମିଠା କଥା କହି ପରକୁ ଆପଣାର କରିବେ। ଖର୍ଚ୍ଚାନ୍ତ ହେବେ।

ମକର: ଉତ୍ସବାଦିରେ ବନ୍ଧୁ-ବାନ୍ଧବଙ୍କ ସହ ମିଳିତ ହେବେ। ଆୟବୃଦ୍ଧିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ।

କୁମ୍ଭ: ଆର୍ଥିକ ଅନଟନ ଦୂର ହେବ। କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ। କୁଳଦୀପକ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ ରହିବ।

ମୀନ: ସେବା-ପୂଜା ପ୍ରତି ଆଗ୍ରହୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଆଜି ଦିନଟି ଭୋଗ ବିଳାସରେ କଟାଇବେ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଉଦ୍ୟୋଗୀ ହେବେ।

Comments are closed.