ଶନିବାର ରାଶିଫଳ ( ୦୫-୧୨-୨୦୨୦ )

ମେଷ: ଉଦାର ସ୍ୱଭାବର ହୋଇପାରନ୍ତି। ଦାନ-ଧର୍ମକୁ ଆଦରି ନେବେ। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କାର୍ଯ୍ୟରେ ତତ୍ପର ହେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହୋଇପାରନ୍ତି।

ବୃଷ: କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିପାରେ।

ମିଥୁନ: ପରମ ଭାଗ୍ୟଶାଳୀ ହୋଇପାରନ୍ତି। ବ୍ୟକ୍ତିତ୍ୱର ବିକାଶ ଘଟିବ। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟୁତ୍‍ ପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ଲାଭ କରିବେ। ଧନାଗମ ହେବ।

କର୍କଟ: ସୁଖ ସମ୍ମାନ ଲାଭ କରିପାରନ୍ତି। ଐଶ୍ୱର୍ଯ୍ୟଯୁକ୍ତ ହେବେ। ସୈନିକ ମାନେ ରଣକ୍ଷେତ୍ରରେ ପାରଙ୍ଗମ ହେବେ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି। ମିଷ୍ଟାନ୍ନ ଭୋଜନ ମିଳିବ। ବିଦ୍ୱାନ୍‍ ଓ ଶାସ୍ତ୍ରଜ୍ଞ ହେବେ।

ସିଂହ: ଶତ୍ରୁମାନଙ୍କର ବିରୋଧରେ ସମ୍ମୁଖୀନ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଚକ୍ଷୁରେ ସାମାନ୍ୟ ପୀଡ଼ା ଦେଖା ଦେଇପାରେ। ମଧୁର ଭାଷା ବ୍ୟବହାର କରି ପରକୁ ଆପଣାର କରିପାରନ୍ତି। ସର୍ବୋପରି ରାଜଯୋଗ ଅଛି।

କନ୍ୟା: ଗୁରୁତ୍ୱପୂର୍ଣ୍ଣ ସମସ୍ୟାକୁ ସମାଧାନ କରିବାରେ ସଫଳ ହେବେ। ମୂଲ୍ୟବାନ୍‍ ଦ୍ରବ୍ୟ କିଣି ପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସମ୍ମାନ ପାଇବେ।

ତୁଳା: ଚିନ୍ତାଧାରା ସୁଦୂର ପ୍ରସାରି ହେବ। ସୁସ୍ଥ ରହିବେ। କୁଳ ପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପାରିବାରିକ ସ୍ନେହ ରହିବ।

ବିଛା: ସତ୍‍ସଙ୍ଗୀ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧାର୍ମିକ ହେବେ। ବିଦ୍ୱାନ୍‍ ସାହସୀ ଓ ସମ୍ପତ୍ତିବାନ୍‍ ହୋଇପାରନ୍ତି। ଉଦ୍ୟୋଗୀ ହୋଇପାରନ୍ତି।

ଧନୁ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଈର୍ଷାଳୁ ସ୍ୱଭାବର ହେବେ। ସ୍ୱାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଥଣ୍ଡା, ସର୍ଦ୍ଦିରେ ଆକ୍ରାନ୍ତ ହେବେ।

ମକର: ପ୍ରୀତି ଲାଭ କରିପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି। ମନରେ ଅହଂଭାବ ଉପୁଜି ପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ଉପଦେଶ ଶୁଭଦାୟକ ହୋଇପାରେ।

କୁମ୍ଭ: ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧା ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଶତ୍ରୁ ଦମନ କରି ଚିନ୍ତା ମୁକ୍ତ ହେବେ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ଶ୍ରଦ୍ଧା ଭାଜନ ହୋଇପାରନ୍ତି। ବୁଝାମଣା ଉଚିତ୍‍ ହେବ।

ମୀନ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆଜ୍ଞାକାରିଣୀ ପତ୍ନୀଙ୍କ ପରାମର୍ଶରେ ବ୍ୟବସାୟ ଚଳାଇଲେ ପ୍ରଚୁର ଧନ ଲାଭ ହେବ। ତେଜସ୍ୱୀ ଓ ଜନବଲ୍ଲଭ ହେବେ।

Comments are closed.