Deprecated: class-oembed.php is deprecated since version 5.3.0! Use wp-includes/class-wp-oembed.php instead. in /var/www/vhosts/samajalive.in/httpdocs/wp-includes/functions.php on line 4903

ଶନିବାର ରାଶିଫଳ ୨୩। ୫।୨୦୨୦

ମେଷ: ତଥାପି ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସଂପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ସୁଖ ମିଳିବ। ମିତ୍ର ସୁଖ ଲାଭ କରିବେ। ଧନାଗମ ହେବ।
ବୃଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ଆୟ ବୃଦ୍ଧିର ସୂଚନା ମିଳୁଛି। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ସରକାରଙ୍କ ଶୁଭ ଦୃଷ୍ଟି ପଡ଼ିବ।
ମିଥୁନ: ଆଶାବାଦୀ ହେବେ। ଚଞ୍ଚଳମନା ହୋଇପାରନ୍ତି। ଚକ୍ଷୁରେ ଯନ୍ତ୍ରଣା କାରଣରୁ ଖର୍ଚ୍ଚାନ୍ତ ହେବେ। ଜ୍ଞାନୀ ଓ ସାହସୀ ହେବେ। ଜଣେ ମଧୁରଭାଷୀ ବ୍ୟକ୍ତି ଭାବେ ପରକୁ ଆପଣାର କରିବାରେ ସକ୍ଷମ ହେବେ।
କର୍କଟ: ଆମୋଦ ପ୍ରମୋଦର ସମୟ ଅତିବାହିତ କରିବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟାପ୍ରତି ରୁଚି ରହିବ।
ସିଂହ: ଚାଲୁ ରଖିଥିବା କାର୍ଯ୍ୟରେ ଅପୂର୍ବ ସଫଳତା ମିଳିବ। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। କୀର୍ତ୍ତିମାନ୍‍ ହୋଇପାରନ୍ତି।
କନ୍ୟା: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସରେ ଦିନଟି ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହୋଇପାରନ୍ତି। ଉଦ୍ୟୋଗୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ତୁଳା: ଚାଲୁ ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବା କଷ୍ଟସାଧ୍ୟ ହୋଇପାରେ। ଅନ୍ୟ ଉପରେ ନିର୍ଭରଶୀଳ ହେବେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ।
ବିଛା: ବନ୍ଧୁ ସହଯୋଗ ପାଇ ଖୁସି ହେବେ। ବ୍ୟବସାୟ ଲାଭଜନକ ହେବ। ସମାଜସେବା ପ୍ରତି ମନ ବଳାଇ ପାରନ୍ତି। ସୁଚାରୁ ରୂପେ କାର୍ଯ୍ୟ ସମ୍ପାଦନ କରି ଗର୍ବିତ ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶରେ ଚଳିବେ।
ଧନୁ: ଆଜି ଦିନଟି ଆପଣଙ୍କ ପାଇଁ ଆନନ୍ଦଦାୟକ ହେବ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଶତ୍ରୁହନ୍ତା ହେବେ। ବ୍ୟକ୍ତି ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହେବେ।
ମକର: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଚଞ୍ଚଳମନା ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଜୁଆ କିମ୍ବା ଲଟେରିରୁ ଅର୍ଥ ମିଳିବାର ସମ୍ଭାବନା ଅଛି। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ। ସୁଖୀ ହେବେ।
କୁମ୍ଭ: ଉଦାର ମନୋଭାବାପନ୍ନ ହୋଇପାରନ୍ତି। ଦାନ-ଧର୍ମକୁ ଆଦରି ନେବେ। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ।
ମୀନ: ନିର୍ଭରଶୀଳ ନହୋଇ ନିଜସ୍ୱ ଚିନ୍ତାଧାରାରେ କାର୍ଯ୍ୟ କଲେ ସଫଳତା ମିଳିବ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ ଓ ବନ୍ଧୁପ୍ରେମୀ ହେବେ।