ଶନିବାର ରାଶିଫଳ(୩ ଅକ୍ଟୋବର ୨୦୨୦)

ମେଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ପରିମାଣ ବୃଦ୍ଧି ପାଇବ। ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି।
ବୃଷ: କାର୍ଯ୍ୟକ୍ଷେତ୍ର ଉତ୍ତେଜନା ପ୍ରବଣ ହୋଇପାରେ। କର୍ମଚଞ୍ଚଳ ରହିବେ। ସାମାନ୍ୟ ଚକ୍ଷୁପୀଡ଼ା ଅନୁଭବ କରିପାରନ୍ତି। ଧର୍ମ କାର୍ଯ୍ୟରେ ଧନ ବ୍ୟୟ କରିବେ। ସାହସୀ ଓ ଜ୍ଞାନୀ ହେବେ। ମଧୁରଭାଷୀ ହେବେ।
ମିଥୁନ: ଆୟ ଆଶାତୀତ ହେବ। ସୁସ୍ଥ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ରାଜାନୁଗ୍ରହରୁ ବହୁଧନ ପ୍ରାପ୍ତ ହୋଇପାରନ୍ତି। ସମ୍ମାନିତ ହେବେ।
କର୍କଟ: କର୍ମଚଞ୍ଚଳ ରହିବେ। ମନ ପ୍ରସନ୍ନ ରହିବ। କୁଳ ଉଜ୍ଜ୍ୱଳକାରୀ ହେବେ। ସୁସ୍ଥ ଓ ଦୟାଳୁ ସ୍ୱଭାବ ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହୋଇପାରନ୍ତି। ନିଜ ପରିବାର ପ୍ରତି ସ୍ନେହ ସଦ୍ଭାବନା ରହିବ।
ସିଂହ: ବିଜ୍ଞ ବ୍ୟକ୍ତି ବିଶେଷଙ୍କ ପରାମର୍ଶ ନେଇ କାର୍ଯ୍ୟ କରିବାକୁ ପଡ଼ିବ। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିର ମୂଳଦୁଆ ପଡ଼ିବ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
କନ୍ୟା: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ୱାଭିମାନୀ ହେବେ। ବ୍ୟବସାୟିକ କାର୍ଯ୍ୟ ତ୍ୱରାନ୍ୱିତ କରିପାରନ୍ତି। ଯୁଗ୍ମ ବ୍ୟବସାୟରୁ ସ୍ୱଳ୍ପ ଲାଭ ମିଳିପାରେ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ନିଷେଧ। ଯାନବାହନରେ ସତର୍କ ରହିବେ।
ତୁଳା: ବନ୍ଧୁ ମିଳନ ଘଟିବ। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ସାମାଜିକ ସେବା କ୍ଷେତ୍ରରେ ଆଦର୍ଶବାଦୀ ଭୂମିକା ଗ୍ରହଣ କରିପାରନ୍ତି। ନିଜ କୃତକର୍ମ ପାଇଁ ଗର୍ବ ଅନୁଭବ କରିବେ। ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ କଥାରେ ଚଳିବେ।
ବିଛା: ବନ୍ଧୁଙ୍କ ସାନ୍ନିଧ୍ୟ ପାଇବେ ଓ ସମ୍ମାନିତ ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଶକ୍ତିମାନ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ନିଯୁକ୍ତିଦାତାଙ୍କ କୃପାପାତ୍ର ହେବେ।
ଧନୁ: ଚଞ୍ଚଳ ଚେଷ୍ଟିତ ହେବେ। କନ୍ୟା ସନ୍ତାନ ପାଇଁ ଗର୍ବ ଅନୁଭବ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟ ଲାଭଜନକ ହେବ।
ମକର: ଉଦାର ସ୍ୱଭାବର ହେବେ। ଦାନଶୀଳ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। କୃଷିକର୍ମ ଉପରେ ଅଧିକ ଧ୍ୟାନ ଦେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ। ଯାନବାହନ ସୁଖ ମିଳିବ।
କୁମ୍ଭ: ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁର ସମ୍ଭାଷଣ ଦ୍ୱାରା ପରକୁ ଆପଣାର କରିପାରନ୍ତି। ପ୍ରେମୀ ଓ ସାହସୀ ହୋଇପାରନ୍ତି। ପ୍ରତିଯୋଗିତାରେ ବିଜୟୀ ହେବେ। ଭାଇମାନଙ୍କଠାରୁ ଆଦର, ସମ୍ମାନ ମିଳିବ।
ମୀନ: ଆଶାବାଦୀ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ବ୍ୟକ୍ତିତ୍ୱ ଅଧିକ ବିକଶିତ ହେବ। ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ବିଦ୍ୟାପ୍ରେମୀ ହେବେ। ବ୍ୟବସାୟ ଅଧିକ ଲାଭଜନକ ହେବ।

Comments are closed.