ଶନିବାର ରାଶିଫଳ(୨୬/୧୨/୨୦୨୦)

ମେଷ: ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି। ରୁଚିକର ଭୋଜନରେ ଆପ୍ୟାୟିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ସୁଚିନ୍ତିତ ମତ ବ୍ୟକ୍ତ କରିବେ।
ବୃଷ: କର୍ମଚଞ୍ଚଳ ରହିବେ। ନିରୋଳାରେ ରହିବାକୁ ଇଚ୍ଛା କରିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମଧୁର ସମ୍ଭାଷଣରେ ପରକୁ ଆପଣାର କରିପାରନ୍ତି। ସରକାରଙ୍କ କୃପା ଦୃଷ୍ଟି ଊଣା ହୋଇପାରେ।
ମିଥୁନ: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି। ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ।
କର୍କଟ: କୂଳ ଉଳକାରୀ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି। ନିଜ ପରିବାର ପ୍ରତି ସ୍ନେହ, ସଦ୍ଦିଚ୍ଛା ଭାବ ରହିବ।
ସିଂହ: କର୍ତ୍ତବ୍ୟ ନିଷ୍ଠା ଆପଣଙ୍କୁ ମହାନ୍‌ କରି ଗଢ଼ି ତୋଳି ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧି ପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବାକୁ ଆଶା କରାଯାଏ। ପରିବାର ପ୍ରତି ସ୍ନେହ, ଶ୍ରଦ୍ଧା ଭାବ ରହିବ।
କନ୍ୟା: ସ୍ବାଭିମାନୀ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଶୁଭକାର୍ଯ୍ୟରୁ ନିରତ ରହିବା ଭଲ ହେବ। ଖର୍ଚ୍ଚାନ୍ତ ହୋଇପାରନ୍ତି। ମଧୁରଭାଷୀ ହେବେ। ଅଷ୍ଟମଚନ୍ଦ୍ର ଭୋଗ ଯୋଗୁଁ ଜଳଯାତ୍ରାଦି କାର୍ଯ୍ୟରୁ ନିବୃର୍ତ୍ତ ରହିବେ।
ତୁଳା: ବ୍ୟବସାୟ ଲାଭଜନକ ହେବ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ସମୟେ ସମୟେ ମନରେ ଅହଂଭାବ ପୋଷଣ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀ ଆପଣଙ୍କୁ ପତନରୁ ରକ୍ଷା କରିବେ।
ବିଛା: ଉଚ୍ଚ ସମ୍ମାନରେ ସମ୍ମାନିତ ହେବେ। ସୁଖ ଭୋଗର ସୂଚନା ମିଳୁଛି। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ।
ଧନୁ: ମନୋବଳ ଦୃଢ଼ ରହିବ। କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ରୁଚି ରହିବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ।
ମକର: ଆଜି ଦିନଟି ଆପଣଙ୍କ ପକ୍ଷେ କଲ୍ୟାଣକାରୀ ହେବ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନ ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସ୍ବାସ୍ଥ୍ୟ ଅତୁଟ ରହିବ। କୃଷିକର୍ମକାରୀ ହେବେ।
କୁମ୍ଭ: ଚିନ୍ତାଧାରା ଉନ୍ନତମାନର ହେବ। ମନ ପ୍ରସନ୍ନ ରହିବ। ଈଶ୍ବର ବିଶ୍ବାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ପାଇବେ।
ମୀନ: ଗ୍ରାମ ବା ଦଳର ନେତୃତ୍ବ ନେଇ ପାରନ୍ତି। ଭାଗ୍ୟଶାଳୀ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ଲାଭ କରିପାରନ୍ତି।

Comments are closed.