ସତ୍ୟବାଦୀରେ ମଣ୍ଡଳସ୍ତରୀୟ ସୁରଭି ପ୍ରତିଯୋଗିତା

0

ସୁଆଣ୍ଡୋ : ସତ୍ୟବାଦୀ ଉଚ୍ଚ ବିଦ୍ୟାଳୟରେ ଶନିବାର ମଣ୍ଡଳସ୍ତରୀୟ ସୁରଭି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରତିଯୋଗିତାରେ ବ୍ଲକର ଚଉଦଟି କ୍ଲଷ୍ଟରରୁ ୩୦୦ରୁ ଅଧିକ ଛାତ୍ରଛାତ୍ରୀ ଅଂଶଗ୍ରହଣ କରିଥିଲେ । ଏଥି ମଧ୍ୟରୁ ୨୩ ଜଣ କୃତକାର୍ଯ୍ୟ ହୋଇଛନ୍ତି । ସେମାନେ ଜିଲାସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବେ। ଏହି କାର୍ଯ୍ୟକ୍ରମରେ ପଞ୍ଚାୟତ ସମିତି ଅଧ୍ୟକ୍ଷା ସସ୍ମିତା ପ୍ରଧାନ ମୁଖ୍ୟଅତିଥି ଭାବେ ଯୋଗଦାନ କରିଥିଲେ । ସମ୍ମାନିତ ଅତିଥି ଭାବେ ଜିଲାପରିଷଦ ସଭ୍ୟ ପ୍ରହଲାଦ ଘଟୁଆରୀ, ଭାରପ୍ରାପ୍ତ ପ୍ରଧାନଶିକ୍ଷକ ବିଜୟ କୁମାର ପରିଡା ପ୍ରମୁଖ ଉପସ୍ଥିତ ଥିଲେ। ପ୍ରତିଯୋଗିତାରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ । ସେହିପରି ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ମଧ୍ୟରେ ହୋଇଥିବା କ୍ରିଡାରେ କୃତିତ୍ବ ହାସଲ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥିମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ବିଇଓ , ପ୍ରମୋଦା କୁମାରୀ ଦାସ ସମସ୍ତ କ୍ଲଷ୍ଟର ସିଆରସିସି ଶିକ୍ଷକ ଆଲୋକ କୁମାର ମିଶ୍ର ତଥା ଶିକ୍ଷକ ଶିକ୍ଷୟିତ୍ରୀ ମାନେ ଯୋଗଦେଇଥିଲେ ।

Leave A Reply