ବିଦ୍ୟାଳୟରେ ବିଶ୍ୱ ଭିନ୍ନକ୍ଷମ ଦିବସ ପାଳିତ

ମାଝୀପଡ଼ା : ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ତୁରେକେଲା ବ୍ଲକ ଅନ୍ତର୍ଗତ ଚଟୁଅନକା ଗ୍ରାମ ପଂଚାୟତର ମାଝୀପଡ଼ା ପ୍ରାଥମିକ ବିଦ୍ୟାଳୟରେ ବିଶ୍ୱ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି। କରୋନା  ମାହାମାରୀ ଯୋଗୁଁ ବିଦ୍ୟାଳୟ ଗୁଡ଼ିକ ବନ୍ଦ ଥିବାରୁ ପ୍ରଧାନ ଶିକ୍ଷକ ପ୍ରକୃତି ବନ୍ଧୁ ବିରଂଚି ନାରାୟଣ ଦାଶଙ୍କ ପ୍ରଚେଷ୍ଟାରେ ଏକ ଭିନ୍ନକ୍ଷମ ଛାତ୍ରଛାତ୍ରୀମାନଙ୍କ ଘରକୁ ଯାଇ ଆଜିର ଦିବସ ଉପରେ ଆଲୋକପାତ କରାଯାଇଥିଲା। ଛାତ୍ରଛାତ୍ରୀମାନଙ୍କ ଅଭିଭବାକ ଓ ଗ୍ରାମବାସୀ ମାନଙ୍କୁ ନେଇ ଦଳ ଦଳ କରି ବର୍ତମାନର ବିଷମ ପରିସ୍ଥିତିରେ ଛାତ୍ରଛାତ୍ରୀମାନଙ୍କୁ ସ୍ୱତନ୍ତ୍ର ଦୃଷ୍ଟିଦେବାକୁ କୁହାଯାଇଥିଲା। ସଦାସର୍ବଦା ସାମାଜିକ ଦୂରତା, ମାସ୍କ ପରିଧାନ ଓ ସାବୁନରେ ହାତ ଧୋଇବା ଉପରେ ଗୁରୁତ୍ୱ ଦେବାକୁ ଅନୁରୋଧ କରାଯାଇଥିଲା। ଛାତ୍ରଛାତୀମାନଙ୍କୁ ପଠନ ସାମଗ୍ରୀ, ସାବୁନ ଓ ଶୁଖିଲା ଖାଦ୍ୟ ବଂଟନ କରାଯାଇଥିଲା। ଏହି ଅବସରରେ ଶିକ୍ଷକ କିଶୋର ବରିହା, ଦେବକୀ ତାଣ୍ଡି, ଗ୍ରାମବାସୀ ଓ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟ ସଭ୍ୟା ସହଯୋଗ କରିଥିଲେ।

Comments are closed.