ରାଜ୍ୟ ସରକାରଙ୍କ ଘୋଷଣା-ଆସନ୍ତାକାଲି ବନ୍ଦ ରହିବ ଶିକ୍ଷାନୁଷ୍ଠାନ

ଦୋଳ ଓ ହୋଲି ପାଇଁ ସ୍କୁଲ ଛୁଟି

ଭୁବନେଶ୍ବର: ଭାରତ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ରାଜ୍ୟର ସମସ୍ତ ଶିକ୍ଷାଅନୁଷ୍ଠାନ ବନ୍ଦ ରହିବ ବୋଲି ରାଜ୍ୟ ସରକାର ଘୋଷଣା କରିଛନ୍ତି। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିବ ବୋଲି ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଥିବା ବେଳେ କଲେଜ ଓ ବିଶ୍ବବିଦ୍ୟାଳୟ ବନ୍ଦ ନେଇ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଛାତ୍ରଛାତ୍ରୀଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ନିଆଯାଇଛି ବୋଲି କୁହାଯାଇଛି।

ଅପରପକ୍ଷରେ ଆସନ୍ତା ମାର୍ଚ୍ଚ ୨୮ ଓ ୨୯ ତାରିଖରେ ରାଜ୍ୟର ସମସ୍ତ ସ୍କୁଲ ବନ୍ଦ ରହିବ। ଦୋଳପୂର୍ଣ୍ଣିମା ଓ ହୋଲି ପାଇଁ ସ୍କୁଲ ବନ୍ଦ ରଖିବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି।

Comments are closed.