ଏଇ ମାସରେ ରାଜ୍ୟରେ ସ୍କୁଲ୍‌ ଖୋଲିବା ନିଷ୍ପତ୍ତି ସ୍ଥଗିତ : ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର: ଏଇ ମାସରେ ରାଜ୍ୟରେ ସ୍କୁଲ୍‌ ଖୋଲିବା ନିଷ୍ପତ୍ତିକୁ ସ୍ଥଗିତ ରଖାଯାଇଛି। ଡିସେମ୍ବରରେ କରୋନାର ଦ୍ୱିତୀୟ ଲହରୀ ଆସିବାର ଆଶଙ୍କା ରହିଛି। ତେଣୁ ପରିସ୍ଥିତିକୁ ଦୃଷ୍ଟିରେ ରଖି ନିଷ୍ପତ୍ତିରେ ପରିବର୍ତ୍ତନ କରାଯାଇଥିବା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି। ସ୍ୱାସ୍ଥ୍ୟ ବିଭାଗର ପରବର୍ତ୍ତୀ ଗାଇଡ୍‌ଲାଇନ୍‌କୁ ଅପେକ୍ଷା କରାଯାଇଛି। ଗାଇଡଲାଇନ୍ ଆସିବା ପରେ ପରବର୍ତ୍ତୀ ନିଷ୍ପତ୍ତି ନିଆଯିବ ବୋଲି ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।

Comments are closed.