MEllora 950×100

ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ନୀତି, ଜମ୍ମୁକାଶ୍ମୀରରେ ସୁଧୁରୁଛି ସ୍ଥିତି

ଡେସ୍କ: ଆତଙ୍କବାଦ ବିରୋଧରେ ଶୂନ୍ୟ ସହନଶୀଳତା ନୀତି ରହିଛି ଏବଂ ଜାମ୍ମୁ କାଶ୍ମୀରରେ ସୁରକ୍ଷା ସ୍ଥିତିରେ ଯଥେଷ୍ଟ ଉନ୍ନତି ହୋଇଛି ବୋଲି ସରକାର କହିଛନ୍ତି। ରାଜ୍ୟସଭାରେ ଏକ ପ୍ରଶ୍ନର ଲିଖିତ ଉତ୍ତରରେ ଗୃହ ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ କହିଛନ୍ତି ଯେ ୨୦୧୮ରୁ ୨୦୧୧ ମଧ୍ୟରେ ଆତଙ୍କବାଦୀ ଆକ୍ରମଣ ହ୍ରାସ ପାଇଛି। ୨୦୧୮ରେ ୪୧୭ଟି ଆତଙ୍କବାଦୀ ଆକ୍ରମଣ ହୋଇଥିବା ବେଳେ ୨୦୨୧ରେ ଏହି ସଂଖ୍ୟା ୨୨୯କୁ ହ୍ରାସ ପାଇଛି।

ଅନ୍ୟ ଏକ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି ଯେ ଚଳିତ ବର୍ଷ ନଭେମ୍ବର ପର୍ଯ୍ୟନ୍ତ ଜାମ୍ମୁ କାଶ୍ମୀରରେ ୧୨୩ଟି ଆତଙ୍କବାଦୀ ଆକ୍ରମଣ ହୋଇଛି ଯେଉଁଥିରେ ୩୧ ଜଣ ସୁରକ୍ଷା କର୍ମୀ ସହିଦ ହୋଇଛନ୍ତି ଏବଂ ୩୧ ଜଣ ସାଧାରଣ ନାଗରିକ ପ୍ରାଣ ହରାଇଛନ୍ତି। ସେ କହିଛନ୍ତି ଯେ ଗତ ୧୧ ମାସ ମଧ୍ୟରେ ସୁରକ୍ଷା କର୍ମୀଙ୍କ ସହ ଗୁଳି ବିନିମୟରେ ୧୮୦ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି।

Comments are closed.