ବୁଧବାର ରାଶିଫଳ ( ୦୨-୦୯-୨୦୨୦ )

ମେଷ: ଅର୍ଥ ପ୍ରାପ୍ତିର ସୁଯୋଗ ସୃଷ୍ଟି ହୋଇଛି। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି।

ବୃଷ: ଶ୍ରମ ସାର୍ଥକ ହେବ। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହୋଇପାରନ୍ତି। ପରିବାର ପ୍ରତି ସ୍ନେହଭାବ ରହିବ।

ମିଥୁନ: କର୍ମକ୍ଷେତ୍ରରେ ରୋଜଗାରକ୍ଷମ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଉଦ୍ୟୋଗୀ ହେବେ।

କର୍କଟ: ଧନକ୍ଷୟ ହେବାର ସମ୍ଭାବନା ଅଛି। ଈର୍ଷା ପରାୟଣ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ।

ସିଂହ: ଆମୋଦ-ପ୍ରମୋଦରେ ସମୟ ଅତିବାହିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସେବାକ୍ଷେତ୍ରରେ ନିଜକୁ ସାମିଲ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।

କନ୍ୟା: ଶତ୍ରୁର ସୀମାରେ ଉପସ୍ଥିତି ନେଇ ଚିନ୍ତିତ ହେବେ। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁକୁ ପରାଜିତ କରି ମାନସିକ ଶାନ୍ତି ଫେରି ପାଇବେ। ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧାଭାବ ରହିବ। ଚାକିରିରେ ସୁନାମ ଅର୍ଜନ କରିବେ।

ତୁଳା: ପରାମର୍ଶ ନେଇ କାର୍ଯ୍ୟ କଲେ ସଫଳତା ମିଳିବ। କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ଲାଭ ମିଳିବ।

ବିଛା: ଉଦାର ପ୍ରକୃତିର ହେବେ। ଦାନଧର୍ମରେ ଦୀକ୍ଷିତ ହୋଇପାରନ୍ତି। ଆଦର୍ଶ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷିକ୍ଷେତକୁ ତ୍ୱରାନ୍ୱିତ କରିବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହେବା ଆଶା କରାଯାଏ।

ଧନୁ: ମନ ପ୍ରସନ୍ନ ରହିବ। ଧର୍ମ ବିଶ୍ୱାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରେ ସ୍ନେହ, ଶ୍ରଦ୍ଧାଭାବ ରହିବ। ବନ୍ଧୁପ୍ରେମୀ ହୋଇପାରନ୍ତି। ପୂଜା-ପଦ୍ଧତିରେ ମନ ଦେବେ।

ମକର: କାର୍ଯ୍ୟ ହାସଲ କରିବାକୁ ହେଲେ, ତରବର ନହୋଇ ଅପେକ୍ଷା କରିବାକୁ ପଡ଼ିବ। ଭାଗ୍ୟଶାଳୀ ହେବେ। ମଧୁରଭାଷୀ ଓ ସହନଶୀଳ ହେବେ। ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଅର୍ଥ ମିଳିବ।

କୁମ୍ଭ: ଘାତଚନ୍ଦ୍ର ଥାଇ ବି ଅସାଧ୍ୟ ସାଧନ କରିବାକୁ ପ୍ରୟାସ ଜାରି ରଖିବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଚିନ୍ତାଧାରା ଉନ୍ନତମାନର ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହେବେ।

ମୀନ: କର୍ମକ୍ଷେତ୍ର ଲାଭଦାୟକ ହେବ। ଚଞ୍ଚଳ ସ୍ୱଭାବର ହେବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଦେଖା ଦେଇପାରେ। ମନଭୁଲା କଥା କହି ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ହେବେ।

Comments are closed.