ଦେଶରେ ହୁ ହୁ ହୋଇ ବଢିଚାଲିଛି ସଂକ୍ରମିତଙ୍କ ସଂଖ୍ୟା : ୨୪ ଘଣ୍ଟାରେ ୫୨,୦୫୦ ଆକ୍ରାନ୍ତ ଚିହ୍ନଟ, ୮୦୩ ମୃତ

ନୂଆଦିଲ୍ଲୀ : ଦେଶରେ ଅସମ୍ଭାଳ ହେଉଛି କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ୍ତ ହୋଇ ଚାଲିଛି । ହୁ ହୁ ହୋଇ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଦେଶରେ  ଗତ ୨୪ ଘଣ୍ଟାରେ ୫୨ ହଜାର ପାର୍‌ କରିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି୫୨ ହଜାର ୫୦ ଜଣ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮ ଲକ୍ଷ ୫୪ ହଜାର ୯୪୨ରେ ପହଞ୍ଚିଛି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟାବି ବୃଦ୍ଧି ପାଇବାରେ ଲାଗିଛି । ୩୯ ହଜାର ନିକଟତର ହୋଇଛି ଦେଶରେ କରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ପୁଣି ୮୦୩ ଜଣଙ୍କର ମୃତ୍ୟୁ ହୋଇଛି । ମୋଟ୍ ମୃତ୍ୟୁ ସଂଖ୍ୟା ୩୮ ହଜାର ୯୩୮ ରେ ପହଞ୍ଚିଛି ।


ସୂଚନାଯୋଗ୍ୟ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୧୮ ଲକ୍ଷ ୫୪ ହଜାର ୬୪୨ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୨ ଲକ୍ଷ ୩୦ ହଜାର ୫୦୯ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ହଜାର ୯୩୮ ଜଣ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି, ସେହିପରି ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ୮୬  ହଜାର ୨୯୮ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Comments are closed.