ଦେଶରେ ୧୮ଲକ୍ଷ ପ‌ାର କରୋନା ଆକ୍ରାନ୍ତଙ୍କ ସଂଖ୍ୟା : ୨୪ ଘଣ୍ଟାରେ ୫୨,୯୭୩ ପଜିଟିଭ୍ ଚିହ୍ନଟ, ୭୭୧ ମୃତ

ନୂଆଦିଲ୍ଲୀ : ଦେଶରେ ଅସମ୍ଭାଳ ହେଉଛି କରୋନା ସ୍ଥିତି । ଦିନକୁ ଦିନ ଏହା ଅଣାୟତ୍ତ ହୋଇ ଚାଲିଛି । ହୁ ହୁ ହୋଇ ବଢ଼ି ଚାଲିଛି ସଂକ୍ରମିତଙ୍କ ସଂଖ୍ୟା । ଏହାରି ମଧ୍ୟରେ ଦେଶରେ ୧୮ ଲକ୍ଷ ଟପି ସାରିଛି ଆକ୍ରାନ୍ତଙ୍କ ସଂଖ୍ୟା । ଦେଶରେ  ଗତ ୨୪ ଘଣ୍ଟାରେ ୫୨ ହଜାର ପାର୍‌ କରିଛି ସଂକ୍ରମିତଙ୍କ ସଂଖ୍ୟା । ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି୫୨ ହଜାର ୯୭୩ ଜଣ ନୂଆ ଆକ୍ରାନ୍ତ । ଏହାକୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୮ ଲକ୍ଷ ୩ ହଜାର ୬୯୭ ରେ ପହଞ୍ଚିଛି । ଦେଶରେ ସଂକ୍ରମିତଙ୍କ ସଂଖ୍ୟା ସହ ମୃତ୍ୟୁ ସଂଖ୍ୟାବି ବୃଦ୍ଧି ପାଇବାରେ ଲାଗିଛି । ୩୮ ହଜାର ଟପିଛି ଦେଶରେ କରୋନା ମୃତ୍ୟୁ ସଂଖ୍ୟା । ଗତ ୨୪ ଘଣ୍ଟାରେ ପୁଣି ୭୭୧ ଜଣଙ୍କର ମୃତ୍ୟୁ ହୋଇଛି । ମୋଟ୍ ମୃତ୍ୟୁ ସଂଖ୍ୟା ୩୮ ହଜାର ୧୩୫ ରେ ପହଞ୍ଚିଛି ।


ସୂଚନାଯୋଗ୍ୟ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୧୮ ଲକ୍ଷ ୩ ହଜାର ୬୯୭ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୧୧ ଲକ୍ଷ ୮୬ ହଜାର ୨୦୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ୩୮ ହଜାର ୧୩୫ ଜଣ ଆକ୍ରାନ୍ତ ମୃତ୍ୟୁ ବରଣ କରିଛନ୍ତି, ସେହିପରି ବର୍ତ୍ତମାନ ସୁଦ୍ଧା ୫ ଲକ୍ଷ ୭୯ ହଜାର ୩୫୭ ଜଣ ଆକ୍ରାନ୍ତ ଚିକିତ୍ସିତ ହେଉଛନ୍ତି।

Comments are closed.