ପ୍ରାର୍ଥୀପତ୍ର ପ୍ରତ୍ୟାହାର କରିବେ ସିପ୍ରା ମଲ୍ଲିକ

ଭୁବନେଶ୍ବର : ବିଜେଡି ନେତ୍ରୀ ସିପ୍ରା ମଲ୍ଲିକ ପ୍ରାର୍ଥୀ ପତ୍ର ପ୍ରତ୍ୟାହାର କରିବେ ବୋଲି ବୁଧବାର ଦିନ ଘୋଷଣା କରିଛନ୍ତି। ସେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ପରେ ଏପରି ନିଷ୍ପତ୍ତି ନେଇଥିବା କହିଛନ୍ତି।
ଦଳୀୟରୁ ଟିକେଟ ନ ମିଳିବାରୁ ମଙ୍ଗଳବାର ଦିନ ସିପ୍ରା କେନ୍ଦ୍ରାପଡା ବିଧାନସଭା ଆସନ ପାଇଁ ସ୍ବାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ପତ୍ର ଦାଖଲ କରିଥିଲେ। ତାଙ୍କ ପ୍ରତି ଅନ୍ୟାୟ ହୋଇଛି ଏବଂ ସେ ପ୍ରତାରିତ ହୋଇଛନ୍ତି ବୋଲି ପ୍ରାର୍ଥୀପତ୍ର ଦାଖଲ କରିବା ପରେ କହିଥିଲେ।

Comments are closed.