ଆଉ ୧୬ଜଣଙ୍କର ଜୀବନ ନେଲା କରୋନା

ଭୁବନେଶ୍ୱର : ରାଜ୍ୟରେ ସୋମବାର ଆଉ ୧୬ଜଣଙ୍କ କରୋନା ଆକ୍ରାନ୍ତଙ୍କର ​‌ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ଫଳରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୪୪୧ରେ ପହଞ୍ଚିଛି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଆଜି ଖୋର୍ଦ୍ଧା ଓ କେନ୍ଦୁଝର ଜିଲ୍ଲାରୁ ସର୍ବାଧିକ ୩ ଜଣ ଲେଖାଁଏ କରୋନା ଆକ୍ରାନ୍ତଙ୍କର ​‌ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ସେହିପରି ସମ୍ବଲପୁରରୁ ୨ ଜଣ, ବାଲେଶ୍ବର, ବରଗଡ଼, ବୌଦ୍ଧ, କଟକ, ଯାଜପୁର, ମୟୂରଭଞ୍ଜ, ନୟାଗଡ଼ ଓ ସୁନ୍ଦରଗଡରୁ ଜଣ ଲେଖାଁଏ କରୋନା ଆକ୍ରାନ୍ତଙ୍କର ​‌ମୃତ୍ୟୁ ଘଟିଛି।

Comments are closed.