କେଶ ସହ ଜଡ଼ିତ ଏହି ଉପାୟ ବିଷୟରେ ଜାଣିଛନ୍ତି କି ?

ଅଁଳା ଗୁଣ୍ଡ ଓ ନଡ଼ିଆ ତେଲ –
ନଡ଼ିଆ ତେଲରେ ଅଁଳାଗୁଣ୍ଡ ମିଶାଇ ଉଷୁମ କରିଦିଅନ୍ତୁ। ଏହାକୁ ସପ୍ତାହକୁ ୨ରୁ ୩ଥର ଲଗାଇଲେ ଏହା କେଶ ପାଇଁ ଖୁବ ଉପକାରୀ।
ଅଣ୍ଡା –
ଅଣ୍ଡାକୁ ଏକ ପାତ୍ରରେ ଭଲ ଭାବେ ଫେଣ୍ଟି କେଶରେ ଲଗାଇ ଦିଅନ୍ତୁ। ଏହାକୁ ୨ ଘଣ୍ଟା ରଖିବା ପରେ ସାମ୍ପୋରେ ଧୋଇ ଦିଅନ୍ତୁ। ଏହା କେଶ ପାଇଁ ଖୁବ ଲାଭଦାୟକ ଅଟେ।
ନଡ଼ିଆ ତେଲ ଓ ମହୁ –
୧ କପ ନଡ଼ିଆ ତେଲରେ ଏକ କପ ମହୁ ମିଶାଇ ଏହାକୁ ଭଲ ଭାବେ ଫେଣ୍ଟି ଦିଅନ୍ତୁ। ସପ୍ତାହକୁ ୨ଥର ଏହାକୁ କେଶର ମୂଳରେ ଭଲ ଭାବେ ଘଷି ଲଗାନ୍ତୁ। ରାତିରେ ଲଗାଇ ସକାଳେ ସାମ୍ପୋରେ ଧୋଇ ଦିଅନ୍ତୁ। ଏପରି କରିବା ଦ୍ୱାରା କେଶ ଲମ୍ବା ଓ ଘନ ହେବା ସହ ରେଶମୀ , ଆକର୍ଷିତ ମଧ୍ୟ ହୋଇଥାଏ। ଏହାକୁ ଥରେ ପ୍ରସ୍ତୁତ କରି ୨ରୁ୩ ସପ୍ତାହ ବ୍ୟବହାର କରିପାରିବେ। ଏହା କେଶ ଉପୁଡ଼ିବା ବହୁ ପରିମାଣରେ କମ କରିଥାଏ।
ମେଥି –
ରାତିରେ ମେଥିକୁ ଭିଜାଇ ସକାଳେ ଏହାକୁ ପେଷି (ଗ୍ରାଇଣ୍ଡିଙ୍ଗ ) କରି କେଶରେ ଲଗାଇ ୨ଘଣ୍ଟା ରଖନ୍ତୁ। ଏହା ପରେ ଏହାକୁ ସାସାନ୍ୟ ଉଷୁମ ପାଣିରେ ଧୋଇ ଦିଅନ୍ତୁ। ଏହା ଦ୍ୱାରା କେଶ ଖୁବ ଘନ ହୋଇଥାଏ।
କେଶ ରଙ୍ଗ ସମୟରେ ଧ୍ୟାନ ରଖନ୍ତୁ-
ଯଦି ଆପଣ କେଶ ରଙ୍ଗ କରୁଛନ୍ତି ତେବେ କିଛି କଥା ପ୍ରତି ଧ୍ୟାନ ଦେବା ନିତ୍ୟାନ୍ତ ଆବଶ୍ୟକ ଅଟେ। କେଶ ରଙ୍ଗ କରିବା ପୂର୍ବରୁ ସାମ୍ପୋ କରିବା ନିତ୍ୟାନ୍ତ ଆବଶ୍ୟକ ଅଟେ। ନଚେତ କେଶ ଅଧିକ ପରିମାଣରେ ଉପୁଡ଼ି ଥାଏ।
ଆଣ୍ଟି ଡ଼ାନଡ଼୍ରଫ ସାମ୍ପୋ –
ବହୁ ଲୋକେ ରୂପି ସମସ୍ୟାରୁ ମୁକ୍ତି ପାଇବା ପାଇଁ ନିୟମିତ ଆଣ୍ଟି ଡ଼ାନଡ଼୍ରଫ ସାମ୍ପୋର ବ୍ୟବହାର କରିଥାଆନ୍ତି। ମାତ୍ର ଏହା କେଶକୁ ଦୁର୍ବଳ କରିଦିଏ। ତେଣୁ କେତେକ ଘରୋଇ ଉପାୟ ଅବଲମ୍ବନ କରିବା ସହ ଏହି ସାମ୍ପୋକୁ ସପ୍ତାହକୁ ଥରେ ବ୍ୟବହାର କରନ୍ତୁ।

Comments
Loading...