ସୌରଭ ଗାଙ୍ଗୁଲି ପୁଣି ହସ୍‌ପିଟାଲ୍‌ରେ ଭର୍ତ୍ତି

କଲକାତା: ଟିମ୍‌ ଇଣ୍ଡିଆର ପୂର୍ବତନ ଅଧିନାୟକ ତଥା ଭାରତୀୟ କ୍ରିକେଟ କଂଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ସୌରଭ ଗାଙ୍ଗୁଲି ପୁଣି ଅସୁସ୍ଥ ହୋଇପଡ଼ିଛନ୍ତି। ପୁଣିଥରେ ଛାତିରେ ଅଚାନକ ଯନ୍ତ୍ରଣା ଅନୁଭବ କରିବାରୁ ସୌରଭ ଗାଙ୍ଗୁଲିଙ୍କୁ କଲକାତା ଆପୋଲୋ ହସ୍‌ପିଟାଲ୍‌ରେ ତାଙ୍କୁ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ତେବେ ସୌରଭ ଗାଙ୍ଗୁଲିଙ୍କ ସ୍ବାସ୍ଥ୍ୟବସ୍ଥା ନେଇ ହସ୍‌ପିଟାଲ୍‌ କର୍ତ୍ତୃପକ୍ଷଙ୍କ ପକ୍ଷରୁ କୌଣସି ସୂଚନା ଦିଆଯାଇନାହିଁ।

 

ପୂର୍ବତନ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ ପତ୍ନୀ ଡୋନା ଗାଙ୍ଗୁଲି ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ ମଙ୍ଗଳବାର ରାତିରେ ସୌରଭ ଗାଙ୍ଗୁଲି ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ଟେିଲିଫୋନ୍‌ରେ ପରାମର୍ଶ କରାଯିବା ପରେ ତାଙ୍କୁ ଆଜି ଅପରାହ୍ଣରେ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଛି।

କିଛିଦିନ ତଳେ କ୍ରିକେଟର ସୌରଭ ଗାଙ୍ଗୁଲିଙ୍କ ଆଞ୍ଜିଓପ୍ଲାଷ୍ଟ ହୋଇଥିଲା। ଏକ ଘରୋଇ ହସ୍ପିଟାଲରେ ଗାଙ୍ଗୁଲିଙ୍କ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇଥିଲା ଏବଂ ସେ ହୃଦଘାତ ସମସ୍ୟାରେ ଆକ୍ରାନ୍ତ ହୋଇଥିବା ପରୀକ୍ଷାରୁ ଜଣାପଡ଼ିଥିଲା।

Comments are closed.