୧୮- ୪୪ ବର୍ଷ ବୟସ ବର୍ଗଙ୍କ ଦ୍ୱିତୀୟ ପାନ ଟିକାକରଣ : ୮ରୁ ବିଏମସିର ସ୍ୱତନ୍ତ୍ର ଅଭିଯାନ

ଭୁବନେଶ୍ୱର : ଟିକାର ଅଭାବ କାରଣରୁ ବନ୍ଦ ଥିବା ମୋବିଲାଇଜେସନ କେନ୍ଦ୍ର ପୁଣି କାର୍ଯ୍ୟକ୍ଷମ ହେବ। ୧୮ରୁ୪୪ ବର୍ଷ ବୟସ ବର୍ଗଙ୍କ ଦ୍ୱିତୀୟ ପାନ ଟିକାକରଣ ପାଇଁ ଆସନ୍ତା ୮ ଓ ୯ ତାରିଖରୁ ସ୍ୱତନ୍ତ୍ର ଅଭିଯାନ ଆରମ୍ଭ ହେବ। ଗତ ମେ ୩, ୪ ଓ ୫ ତାରିଖରେ ପ୍ରଥମ ଡୋଜ ନେଇଥିବା ବ୍ୟକ୍ତିଙ୍କୁ ଦ୍ୱିତୀୟ ଡୋଜ ଟିକା ଦିଆଯିବ ବୋଲି ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ସୂଚନା ଦେଇଛନ୍ତି।
ସେ କହିଛନ୍ତି ଯେ ମୋବିଲାଇଜେସନ ସେଂଟର ଜରିଆରେ ଟିକା ନେଇଥିବା ବ୍ୟକ୍ତିଙ୍କୁ ବିଏମସି ପକ୍ଷରୁ ସୂଚନା ଦିଆଯିବା ସହ ପୂର୍ବରୁ ନେଇଇଥିବା କେନ୍ଦ୍ରରେ ହିଁ ଟିକା ଦିଆଯିବ। ତେବେ ଯେଉଁମାନେ କୋୱିନ ଆପ ଜରିଆରେ ସ୍ଲଟ ବୁକିଂ କରି ଟିକା ନେଇଥିଲେ ସେମାନଙ୍କୁ ପୁଣି ସ୍ଲଟ ବୁକିଂ କରିବାକୁ ହେବ। ଟିକାର ପରିମାଣକୁ ଦୃଷ୍ଟିରେ ରଖି ଟିକାକରଣ କରାଯିବ।
ଅପରପକ୍ଷରେ ପୂର୍ବଭଳି ୟୁନିଟ-୬ ବାଳିକା ବିଦ୍ୟାଳୟରେ ସାମ୍ବାଦିକମାନଙ୍କୁ ସ୍ୱତନ୍ତ୍ର ଅଭିଯାନ ଜରିଆରେ ଦ୍ୱିତୀୟ ଡୋଜ ଟିକା ଦିଆଯିବ ବୋଲି ଅତିରିକ୍ତ କମିଶନର ସୂଚନା ଦେଇଛନ୍ତି।

Comments are closed.