୧୮ରୁ ବିଧାନସଭା ଅଧିବେଶନ, ୨୨ରେ ରାଜ୍ୟ ବଜେଟ୍‌

ଭୁବନେଶ୍ୱର: ଆସନ୍ତା ୧୮ତାରିଖରୁ ରାଜ୍ୟ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏହା ୨ଟି ପର୍ଯ୍ୟାୟରେ ମୋଟ ୩୧ଦିନ ପାଇଁ ବସିବ। ଏହି ସମୟ ମଧ୍ୟରେ ଫେବୃୟାରୀ ୨୨ ତାରିଖରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ ହେବ ବୋଲି ସୂଚନା ମିଳିଛି।

ସଚିବାଳୟ ପକ୍ଷରୁ ଜାରି କରାଯାଇଥିବା ନୋଟିସ୍ ଅନୁସାରେ, ବିଧାନସଭାର ବଜେଟ୍ ଅଧିବେଶନର ପ୍ରଥମ ଦିନ ଅର୍ଥାତ ୧୮ ତାରିଖରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଅଭିଭାଷଣ ଦେବେ। ଫେବୃୟାରୀ ୧୮ରୁ ୨୭ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଅଧିବେଶନ ପାଇଁ ବସିବ। ମାର୍ଚ୍ଚ ୧୨ରୁ ଏପ୍ରିଲ ୯ତାରିଖ ପର୍ଯ୍ୟନ୍ତ ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ବସିବ।

ଦ୍ୱିତୀୟ ପର୍ଯ୍ୟାୟ ଅଧିବେଶନ ୨୨ଦିନ ଚାଲିବ। ମାର୍ଚ୍ଚ ୩୧ତାରିଖରେ ବ୍ୟୟମଞ୍ଜୁରୀ ବିଲ୍ ଆଗତ ହେବ। ବଜେଟ ଅଧିବେଶନରେ ମୋଟ ୩୧ଟି କାର୍ଯ୍ୟ ଦିବସ ଥିବାବେଳେ ସେଥିରେ ୪ଟି ପ୍ରାଇଭେଟ୍ ମେମ୍ବର୍ସ ବିଜନେସ୍ ରହିଛି।

Comments are closed.