‘ଦି ଇଣ୍ଟରଭ୍ୟୁ ଟାଇମ୍ସ’ର ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ ୨୦୨୧, ସମ୍ମାନିତ ହେଲେ ୨୦ଜଣ ବିଶିଷ୍ଟ ବ୍ୟକ୍ତିବିଶେଷ

ଭୁବନେଶ୍ୱର : ଓଡ଼ିଶାର ଶିଳ୍ପ କ୍ଷେତ୍ରରେ ପ୍ରତିଷ୍ଠା ଅର୍ଜନ କରିଥିବା କିଛି ବ୍ୟକ୍ତିବିଶେଷଙ୍କୁ ପ୍ରୋତ୍ସାହିତ କରିବା ଉଦ୍ଦେଶ୍ୟରେ ଓଡ଼ିଶାର ଅଗ୍ରଣୀ ଇଂରାଜୀ ପତ୍ରିକା ‘ଦି ଇଣ୍ଟରଭ୍ୟୁ ଟାଇମ୍ସ’ ପକ୍ଷରୁ ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ ଉତ୍ସବ ୨୦୨୧ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିଥିଭାବେ ବାଚସ୍ପତି ଡ. ସୂର୍ଯ୍ୟନାରାୟଣ ପାତ୍ର, ଇଂଜିନିୟରିଂ ଆଣ୍ଡ୍ ଆଇଟି ସଚିବ ମନୋଜ କୁମାର ମିଶ୍ର, ଓସିଏ ଅଧ୍ୟକ୍ଷ ପଙ୍କଜ ମହାନ୍ତି , ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ, ଗୁପ୍ତା ପାୱାର ଚେୟାରମ୍ୟାନ୍ ମହେନ୍ଦ୍ର ଗୁପ୍ତା, ଓଏସ୍‌ଏଚ୍‌ବି ଚେୟାର୍‌ମ୍ୟାନ୍‌ ପ୍ରିୟଦର୍ଶୀ ମିଶ୍ର ପ୍ରମୁଖ ଯୋଗ ଦେଇଥିଲେ।


ପତ୍ରିକାର ସମୂହ ସମ୍ପାଦକ ଦିବ୍ୟଜିତ୍ ସାହୁ ସ୍ୱାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମର ଆଭିମୁଖ୍ୟ ସମ୍ପର୍କରେ ସୂଚନା ଦେଇଥିଲେ। ଏହି ଅବସରରେ ଶିଳ୍ପ କ୍ଷେତ୍ରରେ ପାରଦର୍ଶିତା ଲାଭ କରିଥିବା ୨୦ଜଣ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ‘ରାଜ୍ୟ ବାଣିଜ୍ୟ ନେତୃତ୍ୱ ସମ୍ମାନ ୨୦୨୧’ରେ ସମ୍ମାନିତ କରାଯାଇଥିଲା। ଏଥିସହିତ ‘ଦି ଇଣ୍ଟରଭ୍ୟୁ ଟାଇମ୍ସ’ର ସ୍ୱତନ୍ତ୍ର ସଂଖ୍ୟାର ଉନ୍ମୋଚନ କରାଯିବା ସହ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ମହାନ୍ ଜନନାୟକ ସ୍ୱର୍ଗତଃ ବିଜୁ ପଟ୍ଟନାୟକଙ୍କ ଜୀବନୀ ଉପରେ ସ୍ୱତନ୍ତ୍ର ଆଲୋଚନା କରାଯାଇଥିଲା। ପତ୍ରିକାର ସହସମ୍ପାଦକ ଶୁଭୋଜିତ୍ ପଣ୍ଡା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Comments are closed.