ଖଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟକୁ ଏକକ ବିଶ୍ଵବିଦ୍ୟାଳୟ ମାନ୍ୟତା

ଭୁବନେଶ୍ଵର: ଗଞ୍ଜାମ ଜିଲାର ଖଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟକୁ ରାଜ୍ୟ ସରକାର ଏକକ ବିଶ୍ଵବିଦ୍ୟାଳୟ ମାନ୍ୟତା ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ଏ ସମ୍ପର୍କରେ ଘୋଷଣା କରିଛନ୍ତି।

ଖଲିକୋଟ ସ୍ବୟଂଶାସିତ ମହାବିଦ୍ୟାଳୟ ରାଜ୍ୟର ଏକ ସର୍ବପୁରାତନ ଏବଂ ପ୍ରସିଦ୍ଧ ମହାବିଦ୍ୟାଳୟ, ଯେଉଁ ଉନ୍ନତ ଶିକ୍ଷା ପରମ୍ପରା ରହିଆସିଛି। ଏହି ମହାବିଦ୍ୟାଳୟରୁ ଶିକ୍ଷାଗ୍ରହଣ କରିଥିବା ଅନେକ ପୁରାତନ ଛାତ୍ରଛାତ୍ରୀ ଏବେ ଦେଶ ବିଦେଶରେ ବିଭିନ୍ନ କ୍ଷେତ୍ରରେ ନିଜକୁ ପ୍ରତିଷ୍ଠିତ କରାଇ ପାରିଛନ୍ତି। ରାଜ୍ୟ ସରକାର ଏହି ମହାବିଦ୍ୟାଳୟକୁ ଏକକ ବିଶ୍ଵବିଦ୍ୟାଳୟ ମାନ୍ୟତା ପ୍ରଦାନ କରିବା ପରେ ଦକ୍ଷିଣ ଓଡ଼ିଶାବାସୀଙ୍କ ଅଭିଳାସ ପୂରଣ ହୋଇପାରିଛି।

Comments are closed.