ରାଉରକେଲାରେ ବାଜପେୟୀଙ୍କ ପ୍ରତିମୂର୍ତ୍ତି ଉନ୍ମୋଚିତ

ରାଉରକେଲା: ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜନ୍ମଦିନ ଅବସରରେ ବୁଧବାର ରାଉରକେଲାର ସେକ୍ଟର-୪ ସ୍ଥିତ ନର୍ସରୀ ନିକଟରେ ତାଙ୍କର ଏକ ବ୍ରୋଞ୍ଜ୍ ପ୍ରତିମୂର୍ତ୍ତି ଉନ୍ମୋଚିତ ହୋଇଛି। ଏହା ସହିତ ସେଠାରେ ଏକ ଉଦ୍ୟାନ ମଧ୍ୟ ଲୋକାର୍ପିତ ହୋଇଛି। ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ସୁନ୍ଦରଗଡ଼ ସାଂସଦ ଜୁଏଲ୍ ଓରାମ ଏହି ପ୍ରତିମୂର୍ତ୍ତିର ଉନ୍ମୋଚନ କରିଛନ୍ତି। ପ୍ରତିମୂର୍ତ୍ତିର ଉଚ୍ଚତା ୯ ଫୁଟ୍ ରହିଛି।

କଡ଼ା ସୁରକ୍ଷା ବ୍ୟବସ୍ଥା ସହ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଅନ୍ୟମାନଙ୍କ ମଧ୍ୟରେ ଆରଏସପି ସିଇଓଙ୍କ ସମେତ ରାଉରକେଲା ବିଧାୟକ ଶାରଦା ପ୍ରସାଦ ନାୟକ, ରଘୁନାଥପାଲି ବିଧାୟକ ସୁବ୍ରତ ତରାଇ ଓ ବୀରମିତ୍ରପୁର ବିଧାୟକ ଶଙ୍କର ଓରାମ ପ୍ରମୁଖ ଉପସ୍ଥିତ ରହି ନିଜ ବକ୍ତବ୍ୟ ରଖିଥିଲେ।

Comments are closed.