ପିକନିକରୁ ଫେରି ୯୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଅସୁସ୍ଥ

ଭୁବନେଶ୍ବର: ପିକନିକରୁ ଫେରି ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ପଡ଼ିଛନ୍ତି। ମିଳିଥିବା ସୂଚନା ଅନୁଯାୟୀ, କଟକ ଜିଲ୍ଲା ଆଠଗଡ଼ ଅନ୍ତର୍ଗତ ଖୁଣ୍ଟୁଣୀ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରର ୧୪୫ ଜଣ ଛାତ୍ରଛାତ୍ରୀଙ୍କ ସମେତ ଶିକ୍ଷକ ଓ ଶିକ୍ଷୟିତ୍ରୀ ପିକନିକ୍ କରିବାକୁ ଯାଇଥିଲେ। ସେଠାରୁ ଫେରିବା ପରେ ପ୍ରାୟ ୯୦ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ପଡ଼ିଥିଲେ। ସେମାନଙ୍କୁ ତୁରନ୍ତ ଡାକ୍ତଖାନାରେ ଭର୍ତ୍ତି କରାଯାଇଥିଲା। ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ଅସୁସ୍ଥ ଛାତ୍ରଛାତ୍ରୀଙ୍କୁ ମାଧପୁର ଓ ଆଠଗଡ଼ ମେଡିକାଲରେ କରାଯାଇଛି। ୭୦ରୁ ଅଧିକ ଛାତ୍ରଛାତ୍ରୀଙ୍କୁ ଖୁଣ୍ଟୁଣୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ଖାଦ୍ୟରେ ବିଷ କ୍ରିୟା ଯୋଗୁ ଛାତ୍ରଛାତ୍ରୀ ଅସୁସ୍ଥ ହୋଇ ପଡ଼ିଥିବା ଡାକ୍ତର କହିଛନ୍ତି।

Comments are closed.