ରାଜ୍ୟରେ ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ସମ୍ଭାବନା, ପାଣିପାଗ ବିଭାଗର ୨୧ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ବର: ରାଜ୍ୟରେ ମେ’ ୨ ତାରିଖ ପର୍ଯ୍ୟନ୍ତ ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି। ସେଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଆଜି ପାଇଁ ୨୧ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସମସ୍ତ ଉପକୂଳ ଜିଲା ସହ ପଶ୍ଚିମ ଓଡ଼ିଶାର କିଛି ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ପାଣିପାଗ ବିଭାଗ ତରଫରୁ ସତର୍କ ସୂଚନା ଜାରି କରାଯାଇଥିବା ଜିଲାଗୁଡ଼ିକରେ ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ଏବଂ ୩୦/୪୦ କିମି ବେଗରେ ପବନ ବହିବା ପୂର୍ବାନୁମାନ କରାଯାଇଛି। ଏସଆରସିଙ୍କ ପକ୍ଷରୁ ବର୍ଷା ନେଇ ସବୁ ଜିଲାପାଳଙ୍କୁ ସତର୍କ ରହିବା ସହିତ ବର୍ଷାକୁ ଦୃଷ୍ଟିରେ ରଖି ଆବଶ୍ୟକୀୟ ପଦକ୍ଷେପ ନେବାକୁ ନିର୍ଦେଶ ଦିଆଯାଇଛି।

Comments are closed.