ସ୍ୱାମୀ ଓ ସ୍ତ୍ରୀ ମଧ୍ୟରେ ଝଗଡା; ବେକରେ ରଶି ଲଗାଇ ସ୍ତ୍ରୀଙ୍କ ଆତ୍ମହତ୍ୟା ଆତ୍ମହତ୍ୟା ଅଭିଯୋଗ

ସିନ୍ଧେକେଲା : ବଲାଙ୍ଗିର ଜିଲା ବଙ୍ଗୋମୁଣ୍ଡା ବ୍ଲକ ଅନ୍ତର୍ଗତ ସିନ୍ଧେକେଲା ଥାନା ଠେମରା ପଞ୍ଚାୟତର ଉକ୍ତେଲା ଗାଁରେ ଏକ ପରିବାରରେ ସ୍ୱାମୀ ଓ ସ୍ତ୍ରୀ ମଧ୍ୟରେ ଘରୋଇ ଝଗଡାକୁ ନେଇ ସ୍ତ୍ରୀଙ୍କ ଆତ୍ମହତ୍ୟା ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।

ଉକ୍ତେଲା ଗାଁର ପୂର୍ଣ୍ଣଚନ୍ଦ୍ର ବେହେରା ଓ ତାଙ୍କ ସ୍ତ୍ରୀ ଚିନିମତୀ ବେହେରା ନୂଆଖାଈ ପୂର୍ବରୁ ଦୁହିଁଙ୍କ ମଧ୍ୟରେ ସବୁବେଳେ ଝଗଡା ଲାଗି ରହୁଥିଲା। ଝଗଡାକୁ ନେଇ ସ୍ତ୍ରୀ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି। ସିନ୍ଧେକେଲା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କଲା ପରେ ୟୁଡି କେଶ ନଂ ୫/୨୦୨୦ରେ ମାମଲା ରୁଜୁ କରି ମୃତଦେହ ଜବତ କରିବା ସହ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି ବୋଲି ଥାନାଧିକାରୀ ଅନନ୍ତ ପ୍ରଧାନ ସୂଚନା ଦେଇଥିଲେ।

Comments are closed.