ଫାଶୀ ଲଗାଇ ଯୁବକଙ୍କ ଆତ୍ମହତ୍ୟା ଅଭିଯୋଗ

ପାଟଣା : ବାଉଁଶୁଳୀ ଗ୍ରାମରେ ମାନସିକ ଭାରସାମ୍ୟ ହରାଇ ଜଣେ ଯୁବକ ଗଛରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି  । କେନ୍ଦୁଝର ଜିଲ୍ଲା ତୁରୁମୁଙ୍ଗା ଥାନା ବାଉଁଶୁଳୀ ଗୋପାଳ ସାହିର ରବିନ୍ଦ୍ର ନାଏକଙ୍କ ପୁଅ ଚିନ୍ମୟ ନାଏକ(୨୫) କୌଣସି କାରଣରୁ ମାନସିକ ଭାରସାମ୍ୟ ହରାଇ ଗ୍ରାମ ନିକଟ ଜଙ୍ଗଲ ମଧ୍ୟରେ ଥିବା ଏକ ଆମ୍ବ ଗଛରେ ଫାଶୀ ଲଗାଇ ଆତ୍ମହତ୍ୟା କରିଥିବା ଜଣାପଡ଼ିଛି । ଖବର ପାଇ ତୁରୁମୁଙ୍ଗା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରିବା ସହ ପାଟଣା ଅଗ୍ନିଶମ ବିଭାଗ ସହାୟତାରେ ଗଛରୁ ମୃତଦେହକୁ ଉଦ୍ଧାର କରିଛି । ଏନେଇ ତୁରୁମୁଙ୍ଗା ଥାନାରେ ଏକ ଅପମୃତ୍ୟୁ ମାମଲା ରୁଜୁ କରି ମୃତକର ଶବ ବ୍ୟବଚ୍ଛେଦ ପାଇଁ ପଠାଇଛି ତୁରୁମୁଙ୍ଗା ପୁଲିସ ।

Comments are closed.