ଶାସ୍ତ୍ରୀୟ ସଙ୍ଗୀତ ପାଇଁ ଦିଆଯିବ ‘ସୁନନ୍ଦା ସମ୍ମାନ’: ପୁରସ୍କାର ରାଶି ୨ଲକ୍ଷ ୫୦ହଜାର, ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଉଚ୍ଚତର ଗବେଷଣା ଓ ଶିକ୍ଷା ପାଇଁ ଉତ୍କଳ ସଂସ୍କୃତି ବିଶ୍ବବିଦ୍ୟାଳୟରେ ପ୍ରତିଷ୍ଠା ହେବ ‘ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର

ଭୁବନେଶ୍ବର: ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଦିଆଯିବ। ଏକାଡେମୀର ଶାସ୍ତ୍ରୀୟ ସଙ୍ଗୀତ ପୁରସ୍କାର ‘ସୁନନ୍ଦା ସମ୍ମାନ’ ନାମରେ ନାମିତ ହେବ। ‘ସୁନନ୍ଦା ସମ୍ମାନ‘ ବିଶିଷ୍ଟ ସଙ୍ଗୀତ ଗୁରୁ ସୁନନ୍ଦା ପଟ୍ଟନାୟକଙ୍କ ନାମରେ ‘ସୁନନ୍ଦା ସମ୍ମାନ’ ପ୍ରଦାନ କରାଯିବ। ‘ସୁନନ୍ଦା ସମ୍ମାନ’ର ରାଶି ୨ଲକ୍ଷ ୫୦ହଜାର ଟଙ୍କା କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଅନୁମୋଦନ କରିଛନ୍ତି। ସେହିପରି ଶାସ୍ତ୍ରୀୟ ସଙ୍ଗୀତରେ ଉଚ୍ଚତର ଗବେଷଣା ଓ ଶିକ୍ଷାପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର୍’ ପ୍ରତିଷ୍ଠା କରାଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି।
ଓଡ଼ିଶା ସଙ୍ଗୀତ ନାଟକ ଏକାଡେମି ପକ୍ଷରୁ ବିଶିଷ୍ଟ ଶାସ୍ତ୍ରୀୟ ସଂଗୀତଜ୍ଞ ସୁନନ୍ଦା ପଟ୍ଟନାୟକଙ୍କ ନାମରେ ରାଜ୍ୟର ସଫଳ ଶାସ୍ତ୍ରୀୟ ସଂଗୀତଜ୍ଞଙ୍କୁ ‘ସୁନନ୍ଦା ସମ୍ମାନ’ ପ୍ରଦାନ କରାଯିବ। ଶାସ୍ତ୍ରୀୟ ସଙ୍ଗୀତ ପାଇଁ ଦିଆଯିବାକୁ ଥିବା ‘ସୁନନ୍ଦା ସମ୍ମାନ’ ବାବଦରେ ୨ ଲକ୍ଷ ୫୦ ହଜାର ଟଙ୍କା ପ୍ରଦାନ କରାଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ‘ସୁନନ୍ଦା ସମ୍ମାନ’କୁ ଆଜି ଅନୁମୋଦନ କରିଛନ୍ତି।
ପୂର୍ବରୁ ଭାରତୀୟ ଶାସ୍ତ୍ରୀୟ ସଂଗୀତ ଜଗତର ସୁନାମଧନ୍ୟ ଶାସ୍ତ୍ରୀୟ ସଙ୍ଗୀତଜ୍ଞ ସୁନନ୍ଦା ପଟ୍ଟନାୟକଙ୍କ ସ୍ମୃତିରେ ‘ସୁନନ୍ଦା ସମ୍ମାନ’ ଓ ଚେୟାର ପ୍ରତିଷ୍ଠା କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିଲେ। ସଙ୍ଗୀତ ସମ୍ରାଜ୍ଞୀ ସୁନନ୍ଦା ପଟ୍ଟନାୟକଙ୍କ ପରଲୋକ ପରେ ଶ୍ରଦ୍ଧାଞ୍ଜଳି ଜଣାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ଘୋଷଣା କରିଥିଲେ। ସୁନନ୍ଦା ପଟ୍ଟନାୟକଙ୍କ ଅମ୍ଳାନ ସ୍ମୃତିରେ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ଶାସ୍ତ୍ରୀୟ ସଂଗୀତରେ ଉଲ୍ଲେଖନୀୟ ଅବଦାନ ପାଇଁ ପ୍ରତିବର୍ଷ ରାଜ୍ୟର ଜଣେ ବିଶିଷ୍ଟ ଶାସ୍ତ୍ରୀୟ ସଙ୍ଗୀତଜ୍ଞଙ୍କୁ ‘ସୁନନ୍ଦା ସମ୍ମାନ’ ଦିଆଯିବ। ଏହାସହିତ ଶାସ୍ତ୍ରୀୟ ସଙ୍ଗୀତରେ ଉଚ୍ଚତର ଗବେଷଣା ଓ ଶିକ୍ଷାପାଇଁ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟରେ ‘ଗୁରୁମା ସୁନନ୍ଦା ପଟ୍ଟନାୟକ ଚେୟାର୍’ ପ୍ରତିଷ୍ଠା କରାଯିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଛି। ଏହାବାଦ୍ ପୁରୀ ଓ କଟକରେ ଥିବା ତାଙ୍କ ବାସଭବନକୁ ତାଙ୍କ ପରିବାର ଲୋକଙ୍କ ଅନୁମତିକ୍ରମେ ‘ସୁନନ୍ଦା ସ୍ମୃତି ସଦନ’ ଭାବେ ବିକଶିତ କରାଯିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି।

Comments are closed.