ପୂର୍ବତନ ସାଂସଦ ମୋରିସ କୁଜୁରଙ୍କ ପରଲୋକ

ସୁନ୍ଦରଗଡ଼ : ପୂର୍ବତନ ସାଂସଦ ତଥା ବରିଷ୍ଠ କଂଗ୍ରେସ ନେତା ମୋରିସ କୁଜୁରଙ୍କ ପରଲୋକ ଘଟିଛି। ଶନିବାର ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ହୋଇଛି। ଏନେଇ ତାଙ୍କ ସାନପୁଅ ପ୍ରଭାତ କୁଜୁର ସୂଚନା ଦେଇଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା। ୧୯୮୪ ରୁ ୧୯୮୯ ପର୍ଯ୍ୟନ୍ତ କୁଜୁର ସୁନ୍ଦରଗୁଡ଼ରୁ ପ୍ରତିନିଧିତ୍ୱ କରିଥିଲେ। ତାଙ୍କ ମୃତ୍ୟୁରେ ସ୍ଥାନୀୟ ଅଞ୍ଚଳ ସମେତ ରାଜନୈତିକ ମହଲରେ ଶୋକର ଛାୟା ଖେଳିଯାଇଛି।

Comments are closed.