ରବିବାର ରାଶିଫଳ ( ୨୯-୩-୨୦୨୦)

ମେଷ: ପରମ ସୌଭାଗ୍ୟଶାଳୀ ହେବେ। ବିକଶିତ ବ୍ୟକ୍ତିତ୍ବର ପରିଚୟ ସୃଷ୍ଟି କରିବେ। ପ୍ରବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ଲାଭ କରିବେ। ଧନାଗମ ହେବ।
ବୃଷ: ଶ୍ରୀଚନ୍ଦ୍ର ଭୋଗ ହେତୁ ପ୍ରୀତି ଭୋଜନରେ ଆପ୍ୟାୟିତ ହେବେ। ଆୟ ପରିମାଣ ବୃଦ୍ଧି ପାଇବ। ଐଶ୍ବର୍ଯ୍ୟଯୁକ୍ତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଚିନ୍ତାଧାରା ଉନ୍ନତମାନର ହେବ। ସ୍ବାସ୍ଥ୍ୟ ଅତୁଟ ରହିବ। ନୂତନ ବନ୍ଧୁଙ୍କ ଦ୍ବାରା ଉପକୃତ ହେବେ।
ମିଥୁନ: କେହି ପଥରୋଧ କରିପାରନ୍ତି। ଥଣ୍ଡା-କଫଜନିତ କିଞ୍ଚିତ୍‌ ପୀଡ଼ା ଅନୁଭବ କରିବେ। ପ୍ରତ୍ୟେକ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ ଉଦ୍ୟମ ଜାରି ରଖିବେ। ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ।
କର୍କଟ: ଭଲ ଆୟ ହେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବାକୁ ଉଦ୍ୟମ ଜାରି ରହିପାରେ। ପ୍ରତ୍ୟେକ କାର୍ଯ୍ୟକୁ ଦ୍ରୁତ ଗତିରେ ଆଗକୁ ନେଇପାରନ୍ତି। ସରକାରୀ ଅର୍ଥ ପାଇବେ।
ସିଂହ: କାର୍ଯ୍ୟରେ ସଫଳତା ଲାଭ କରିବେ। କୁଳ ଉଳକାରୀ ହେବେ। ମନରେ ପ୍ରସନ୍ନତା ଭାବ ଦେଖା ଦେବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ।
କନ୍ୟା: ପରୋପକାର କରି ସମ୍ମାନ ଅର୍ଜନ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ ହେବ। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି।
ତୁଳା: କୌଣସି ଏକ କାରଣରୁ ମନରେ ଉଦ୍‌ବେଗ ଜାତ ହୋଇପାରେ। ଈର୍ଷାପରାୟଣ ହୋଇପାରନ୍ତି। ସ୍ବାଭିମାନୀ ହେବେ। ଯୁଗ୍ମ ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରିବେ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।
ବିଛା: ବନ୍ଧୁ ମିଳନର ସମ୍ଭାବନା ଅଛି। ବ୍ୟବସାୟ ପ୍ରଳପ୍ରସୂ ହେବ। ସେବା ମନୋଭାବର ହୋଇପାରନ୍ତି। ସାମୟିକ ଭାବେ ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
ଧନୁ: ଉଦାର ପ୍ରକୃତିର ହେବେ। ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ବଦଖର୍ଚ୍ଚୀ ହେବେ। ଭାଇଙ୍କ ପ୍ରତି ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ଇଙ୍ଗିତରେ ପରିଚାଳିତ ହେବେ।
ମକର: ପରାମର୍ଶଦାତା ହୋଇପାରନ୍ତି। ଉଦାର ସ୍ୱଭାବର ହେବେ। ମନ ଚଞ୍ଚଳ ରହିବ। କନ୍ୟା ସନ୍ତାନ ଦ୍ୱାରା ଉପକୃତ ହେବେ। ଆକସ୍ମିକ ଧନଲାଭ ହେବ। ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। କୃଷିରୁ ଲାଭ ମିଳିବ।
କୁମ୍ଭ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହେବେ। ସ୍ୱାସ୍ଥ୍ୟ ଭଲ ରହିବ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ। ଯାନବାହନ ସୁଖ ମିଳିବ।
ମୀନ: ଉଚ୍ଚ ସମ୍ମାନ ଲାଭ କରିବେ। ମନ ପ୍ରସନ୍ନ ରହିବ। ଆସ୍ତିକ ପ୍ରକୃତିର ଓ ମଧୁରଭାଷୀ ହେବେ। ଥଣ୍ଡା-କଫଜନିତ କ୍ଲେଶ ଭୋଗ କରିପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ବନ୍ଧୁପ୍ରେମୀ ଓ ବିଦ୍ୱାନ୍‍ ହେବେ।

Comments are closed.