ରବିବାର ରାଶିଫଳ

ମେଷ: ବିଭିନ୍ନ ଦିଗରୁ ଅସୁବିଧା ଉପୁଜି ପାରେ। ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଈର୍ଷାଳୁ ସ୍ୱଭାବର ହେବେ। ସ୍ୱାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ।
ବୃଷ: ହଜି ଯାଇଥିବା ଦ୍ରବ୍ୟ ମିଳିବାର ସୂଚନା ମିଳୁଛି। ମିତ୍ରଙ୍କ ସାନ୍ନିଧ୍ୟ ପାଇ ଖୁସି ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବା ପ୍ରତି ମନ ବଳିବ। ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ଅଧୀନ ହେବେ।
ମିଥୁନ: ବନ୍ଧୁ ମେଳରେ ଦିନ ବିିତାଇ ପାରନ୍ତି। ମନରେ ଗର୍ବଭାବ ଉଦ୍ରେକ ହେବ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଚକ୍ଷୁ ପୀଡ଼ା ଅନୁଭବ କରିପାରନ୍ତି। ବଳିଷ୍ଠ ଓ ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିବେ।
କର୍କଟ: ଶତ୍ରୁତାରୁ ଉଧୁରି ଯିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଲଟେରି ଆପଣଙ୍କ ସପକ୍ଷରେ ଯାଇପାରେ। ବ୍ୟବସାୟରେ ପ୍ରଚୁର ଧନଲାଭ ହେବ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ।
ସିଂହ: ଜଞ୍ଜାଳମୁକ୍ତ ହୋଇପାରନ୍ତି। ସଫଳତା ପାଇବାକୁ ହେଲେ ପ୍ରତୀକ୍ଷାରେ ରହିବାକୁ ପଡ଼ିବ। ଉଦାର ସ୍ୱଭାବର ହୋଇପାରନ୍ତି। ମୁକ୍ତ ହସ୍ତରେ ଦାନ ଦେଇ ପ୍ରଶଂସାର ପାତ୍ର ହେବେ। ସୁସ୍ଥ ଓ ନିରାମୟ ରହିବେ। କୃଷିକର୍ମକାରୀ ଓ ବୁଦ୍ଧିମାନ ହେବେ।
କନ୍ୟା: ଅଭାବ ମେଣ୍ଟାଇ ପାରନ୍ତି। ପରିଶ୍ରମର ମୂଲ୍ୟ ମିଳିବ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ଧାର୍ମିକ ଓ ବନ୍ଧୁ ପ୍ରେମୀ ହେବେ। ବିଦ୍ୱାନ ବ୍ୟକ୍ତିଭାବେ ପରିଚୟ ସୃଷ୍ଟି କରିବେ।
ତୁଳା: ଚିନ୍ତାଗ୍ରସ୍ତ ହୋଇପାରନ୍ତି। ପରମ ସୌଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହୋଇପାରନ୍ତି। ସ୍ତ୍ରୀ ବିଳାସୀ ହେବେ। ମିତ୍ର ସୁଖ ଲାଭ କରିବେ। ବ୍ୟବସାୟ ଲାଭଜନକ ହେବ।
ବିଛା: ନିର୍ମାଣ କାର୍ଯ୍ୟରେ ଅଗ୍ରଗତି ଘଟିବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୋଜଗାର ଅଶାନୁରୂପ ହେବ। ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମୋକଦ୍ଦମାରେ ଜିଣି ଧନଲାଭ କରିବେ। ଚିନ୍ତାଧାରା ଉନ୍ନତମାନର ହେବ।
ଧନୁ: ଆୟ ପରିମାଣ ବୃଦ୍ଧି ପାଇବ। ଅଧିକ ବ୍ୟୟ ହୋଇପାରେ। ଥଣ୍ଡା-କଫରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ସୁଭାଷୀ ଓ ସୁବକ୍ତା ଭାବେ ନିଜର ପରିଚୟ ସୃଷ୍ଟି କରିବେ। ସାହସିକ ପଦକ୍ଷେପ ନେଇ କାର୍ଯ୍ୟ କରିପାରନ୍ତି।
ମକର: ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି। ଆୟ ଆଶାନୁରୂପ ହେବ। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରୁ ଅର୍ଥ ସମ୍ମାନ ଲାଭ କରିବେ।
କୁମ୍ଭ: ମନ ପ୍ରଫୁଲ୍ଲ ରହିବ। ଲୋକ ସଂପର୍କ ବୃଦ୍ଧି ପାଇବ। କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶ ଅର୍ଜନ କରି ଖୁସି ହେବେ।
ମୀନ: ମାଲି-ମୋକଦ୍ଦମାର ସମ୍ମୁଖୀନ ହୋଇପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ, ସାହସୀ ଓ ସମ୍ପତ୍ତିବାନ୍‍ ହେବେ।

Comments are closed.