ରବିବାର ରାଶିଫଳ

ମେଷ: ଶ୍ରଦ୍ଧାର ପାତ୍ର ହେବେ। ଭୋଗ-ବିଳାସ କରିପାରନ୍ତି। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ। ଚଞ୍ଚଳ ସ୍ବଭାବର ହେବେ। ସରଳ କଥା କହି ଅନ୍ୟର ମନ ନେଇପାରନ୍ତି। ରାଜଯୋଗ ଅଛି। କାୟମନ ବାକ୍ୟରେ ଧର୍ମ ଆଚରଣ କରିବେ।
ବୃଷ: ବ୍ୟବସାୟ ଲାଭଜନକ ହେବ। ଆୟ ପରିମାଣ ବୃଦ୍ଧି ପାଇବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। ଚଞ୍ଚଳ ପ୍ରକୃତିର ହେବେ। ସରକାରୀ ସ୍ତରରେ ସମ୍ମାନିତ ହେବେ।
ମିଥୁନ: ମୂଲ୍ୟବାନ୍‍ ଦ୍ରବ୍ୟ ଲାଭ ହୋଇପାରେ। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ରାଜକୃପା ଲାଭ କରିବେ। ଯଶ ଅର୍ଜନ କରିବେ।
କର୍କଟ: ବ୍ୟବସାୟ ଲାଭଜନକ ହେବ। ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ-ବିଳାସ କରିବେ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ୱାନ୍‍ ସାହସୀ ଓ ସମ୍ପତ୍ତିବାନ୍‍ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ସିଂହ: ମହିଳା ଓ ବିଦ୍ୟାର୍ଥୀ ଯତ୍ନଶୀଳ ହୋଇପାରନ୍ତି। ଧନକ୍ଷୟ ହେବାର ସମ୍ଭାବନା ଅଛି। ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ସତର୍କତାର ଦିନ।
କନ୍ୟା: ନୂତନ ଶିକ୍ଷା ମିଳିପାରେ। କର୍ମକ୍ଷେତ୍ର ଉତ୍ସାହଜନକ ହେବ। ବ୍ୟବସାୟ ଲାଭଜନକ ହେବ। ସମାଜ ସେବୀ ହୋଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ବନ୍ଧୁ ସହାୟତା ପାଇ ଖୁସି ହୋଇପାରନ୍ତି।
ତୁଳା: ବନ୍ଧୁମେଳରେ ପ୍ରିୟତା ଅର୍ଜନ କରିବେ। ମନରେ ଗର୍ବଭାବ ବହନ କରିପାରନ୍ତି। ଭାଇମାନଙ୍କ ଉପରେ ସ୍ନେହ, ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ କର୍ତ୍ତୃପକ୍ଷଙ୍କ ବିଶ୍ୱାସୀ ହେବେ।
ବିଛା: ଗଣ୍ଡଗୋଳିଆ ପରିସ୍ଥିତିରୁ ଲାଭ ଉଠାଇପାରନ୍ତି। ବହୁ ସମୟ ମୌନଭାବ ପ୍ରଦର୍ଶନ କରିପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଧନଲାଭ ହୋଇପାରେ।
ଧନୁ: ଅଭାବ, ଅନଟନ ଦୂର ହେବ। ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ। ଉଦାର ପ୍ରକୃତିର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ବ୍ୟକ୍ତିତ୍ୱ ବିକଶିତ ହେବ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। କୃଷିକର୍ମକାରୀ ହେବେ।
ମକର: ଦେବଦେବ ମହାଦେବଙ୍କ ପୂଜାର୍ଚ୍ଚନା କରି ଶାନ୍ତି। ପାଇବେ। ସାଙ୍ଗଠନିକ କାର୍ଯ୍ୟର ନେତୃତ୍ୱ ନେଇ ପାରନ୍ତି। ମନ ପ୍ରସନ୍ନ ରହିବ। ଆସ୍ତିକ ସ୍ୱଭାବର ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା-କଫରେ ଆକ୍ରାନ୍ତ ହେବେ। ପ୍ରେମୀ ଓ ସାହସୀ ହେବେ।
କୁମ୍ଭ: ସକାଳୁ ଉଠିବା ବେଳେ ଆଳସ୍ୟ ଅନୁଭବ କରିପାରନ୍ତି। ପରମ ଭାଗ୍ୟଶାଳୀ ହେବେ। ବ୍ୟକ୍ତିତ୍ୱର ନିଦର୍ଶନ ହେବେ। ପରଦେଶବାସୀ, ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ପାଇବେ।
ମୀନ: ଯାନ-ବାହନ ସୁଖ ମିଳିବ। ଉତ୍ସାହିତ ହୋଇ କାର୍ଯ୍ୟ ସମ୍ପାଦନ କରିବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ପ୍ରୀତିଭୋଜନ ମିଳିପାରେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମୋକଦ୍ଦମାରେ ବିଜୟୀ ହେବେ ଓ ଧନଲାଭ ହେବ। ଯୁଦ୍ଧପ୍ରେମୀ ହେବେ।

Comments are closed.