ରବିବାର ରାଶିଫଳ ( ୧୭-୦୧-୨୦୨୧ )

ମେଷ: ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତ ବିଦ୍ୟା ପ୍ରତି ରୁଚି ରହିବ। ଦାମ୍ପତ୍ୟ ସୁଖ ମିଳିବ।

ବୃଷ: କୁଳ ଉଜ୍ଜ୍ୱଳକାରୀ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଅତ୍ୟନ୍ତ ଲାଭଜନକ ହେବ। ଯଶସ୍ୱୀ ହେବେ। ନିଜ ପରିବାର ପ୍ରତି ସ୍ନେହ ଶ୍ରଦ୍ଧା ଅତୁଟ ରହିବ।

ମିଥୁନ: ଭାଗ୍ୟଶାଳୀ ହୋଇପାରନ୍ତି। ଭୋଗ ବିଳାସରେ ସମୟ ଅତିବାହିତ କରିବେ। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ପର୍ଯ୍ୟଟନ ସୁବିଧା ମିଳିପାରେ।

କର୍କଟ: ପରିସ୍ଥିତିରେ ପଡ଼ି ଈର୍ଷା ପରାୟଣ ହେବେ। ବହୁଭାଷୀ ହୋଇପାରନ୍ତି। ସ୍ୱାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେଉଥିବାରୁ ଜଳଯାତ୍ରା ନିଷେଧ।

ସିଂହ: ବ୍ୟବସାୟରୁ ପ୍ରଚୁର ଲାଭ ମିଳିପାରେ। ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ସହଯୋଗ ଆପଣଙ୍କୁ ଅଧିକ କର୍ମକ୍ଷମ କରିପାରେ। ପରିବାର ପ୍ରତି ସ୍ନେହ, ଶ୍ରଦ୍ଧା ଅତୁଟ ରହିବ। ସୁଖୀ ହେବେ।

କନ୍ୟା: ବଦଖର୍ଚ୍ଚୀ ହୋଇପାରନ୍ତି। ଚକ୍ଷୁରେ ପୀଡ଼ା ଉପୁଜି ପାରେ। କୀର୍ତ୍ତିମାନ୍‍ ହେବେ। ଭାଇମାନଙ୍କ ଉପରେ ସ୍ନେହ ଭାବ ରହିବ। ଶରୀର ସୁସ୍ଥ ରହିବ। ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚକତ୍ତୃପକ୍ଷଙ୍କ ପ୍ରିୟ ଭାଜନ ହେବେ।

ତୁଳା: କର୍ମ ଚଞ୍ଚଳ ରହିବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ଉପଯୁକ୍ତ କର୍ମାନୁରକ୍ତ ହେବେ। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ। ବ୍ୟବସାୟରୁ ପ୍ରଚୁର ଲାଭ ମିଳିିବ। ତେଜସ୍ୱୀ ହେବେ।

ବିଛା: ଉଦାର ସ୍ୱଭାବର ହୋଇପାରନ୍ତି। ଦାନ ଧର୍ମକୁ ଶ୍ରେୟ ମଣିବେ। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହେବେ। ପ୍ରେମୀ ଓ ବୁଦ୍ଧିମାନ୍‍ ହେବେ। ଯଶସ୍ୱୀ ହେବେ।

ଧନୁ: ମନ ପ୍ରସନ୍ନ ରହିବ। ଈଶ୍ୱର ବିଶ୍ୱାସୀ ହେବେ। ମେଳାପୀ ପ୍ରକୃତିର ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କ ଠାରୁ ଆଦର, ସମ୍ମାନ ମିଳିବ। ପୂଜା ପାଠ ଉପରେ ଧ୍ୟାନ ଦେବେ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ୱାନ୍‍ ହେବେ।

ମକର: ଭାଗ୍ୟଶାଳୀ ହୋଇପାରନ୍ତି। ମଧୁରଭାଷୀ, ସହୀନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାପ୍ରେମୀ ହୋଇପାରନ୍ତି। କାର୍ଯ୍ୟରେ ନିଷ୍ଠା ଆପଣଙ୍କୁ ମହାନ୍‍ କରି ଗଢ଼ି ତୋଳିବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସ୍ନେହୀ ହେବେ।

କୁମ୍ଭ: ସୁସ୍ଥ ରହିବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ରଣକ୍ଷେତ୍ରରେ ପଶ୍ଚାତ୍‍ପଦ ଦେବେ ନାହିଁ। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ଧନ-ସମ୍ପଦ ଭରପୁର ରହିବ। ବିଦ୍ୱାନ୍‍ ଓ ଶାସ୍ତ୍ରଜ୍ଞ ହେବେ। ମିଷ୍ଟାନ୍ନ ଭୋଜନ ମିଳିବ।

ମୀନ: କର୍ମଚଞ୍ଚଳ ରହିବେ। ନିରୋଳାରେ ସମୟ ବିତାଇବାକୁ ଇଚ୍ଛା କରିବେ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମହିଳାମାନଙ୍କୁ ମାତୃବତ୍‍ ବିବେଚନା କରି ସାହାଯ୍ୟ କରିବେ। ମଧୁର କଥା କହି ପରକୁ ଆପଣାର କରିପାରନ୍ତି।

Comments are closed.