ରବିବାର ରାଶିଫଳ(୭। ୬। ୨୦୨୦)

ମେଷ: କର୍ମକୁଶଳତା ପାଇଁ ସମ୍ମାନିତ ହେବେ। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ ବିଳାସରେ କଟାଇ ପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ବୃଷ: ବନ୍ଧୁଙ୍କ ସାନ୍ନିଧ୍ୟ ଲାଭ କରିବା ସହିତ ପ୍ରୀତି ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ପରିସ୍ଥିତିରେ ପଡ଼ି ଈର୍ଷାପରାୟଣ ହୋଇପାରନ୍ତି। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କରେ ଚଳିବେ।
ମିଥୁନ: ଏକ ପ୍ରତିଷ୍ଠିତ ଅନୁଷ୍ଠାନରେ ଯୋଗଦାନ କରିପାରନ୍ତି। ସମାଜ ସେବାରେ ନିଜକୁ ନିୟୋଜିତ କରି ଆତ୍ମସନ୍ତୋଷ ଲାଭ କରିବେ। ବ୍ୟବସାୟ ଲାଭଜନକ ହେବ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ।
କର୍କଟ: ବନ୍ଧୁ ମିଳନରେ ବିଶେଷ ଉପକୃତ ହେବେ। ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ସୁସ୍ଥ, ନିରାମୟ ଜୀବନଯାପନ କରିବେ; ସାମୟିକଭାବେ ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଚାକିରିରେ ପ୍ରଶଂସା ମିଳିବ।
ସିଂହ: ସୁଖ-ସମ୍ମାନ ଲାଭ କରିପାରନ୍ତି। କର୍ମ ଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହୀ ହେବେ। ବିଭିନ୍ନ ସୂତ୍ରରୁ ଅର୍ଥ ଆସିବ। ବ୍ୟବସାୟରୁ ଲାଭ ହେବ।
କନ୍ୟା: ଉଦାର ସ୍ବଭାବର ହୋଇପାରନ୍ତି। ଦାନଶୀଳ ହେବେ। ବିକଶିତ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କୃଷିକ୍ଷେତ୍ର ଉପରେ ଧ୍ୟାନ ଦେବେ। ବୁଦ୍ଧିମାନ୍‌ ହେବେ। ଭାଇଙ୍କ ମଧ୍ୟରେ ଶ୍ରେଷ୍ଠ ହେବେ।
ତୁଳା: ଆଗକୁ ବଢ଼ିବାକୁ ଚେଷ୍ଟା କରନ୍ତୁ। ମନ ପ୍ରସନ୍ନ ରହିବ। ଆସ୍ତିକ ପ୍ରକୃତିର ହେବେ। ମିଷ୍ଟଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ଭାଇମାନଙ୍କଠାରୁ ଆଦର ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ଓ ବିଦ୍ବାନ୍‌ ହୋଇପାରନ୍ତି।
ବିଛା: ପରିବାରର କଲ୍ୟାଣ ଭାଜନ ହେବେ। ଭାଗ୍ୟଶାଳୀ ହୋଇପାରନ୍ତି। ଉତ୍ତମ ବ୍ୟକ୍ତିତ୍ବ ସମ୍ପନ୍ନ ହେବେ। ମଧୁରଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ଲାଭ କରିବେ। ବ୍ୟବସାୟରୁ ଅଧିକ ଧନଲାଭ ହେବ।
ଧନୁ: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଆୟ ପରିମାଣ ବୃଦ୍ଧି ହେବ। ରୁଚିକର ଭୋଜନରେ ଆପ୍ୟାୟିତ ହୋଇପାରନ୍ତି। ଐଶ୍ବର୍ଯ୍ୟଯୁକ୍ତ ହେବେ। ମାଲି ମୋକଦ୍ଦମାରେ ବିଜୟୀ ହେବା ସହିତ ଅର୍ଥ ଲାଭ ହେବ।
ମକର: ଆଶାବାଦୀ ହେବେ। କର୍ମ ଚଞ୍ଚଳ ରହିପାରନ୍ତି। ସାମୟିକ ଭାବେ ଏକାନ୍ତରେ ସମୟ କଟାଇବାକୁ ଇଚ୍ଛା କରିବେ। ଅଯଥା ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। ମଧୁର ଭାଷାରେ ବିମୋହିତ କରି ପରକୁ ଆପଣାର କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ।
କୁମ୍ଭ: ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ବିଭାଗୀୟ ସ୍ତରରେ ମହାନ୍‌ ସମ୍ମାନର ଅଧିକାରୀ ହେବେ। ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ। ଗୃହ ସୁଖ ଓ ଯାନବାହନ ସୁଖ ମିଳିବ।
ମୀନ: ଆୟର ମାର୍ଗ ଉନ୍ମୁକ୍ତ ରହିଛି। କୁଳପ୍ରଦୀପ ହୋଇପାରନ୍ତି। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହେବେ। ପରିବାର ପ୍ରତି ସ୍ନେହ ସଦିଚ୍ଛାଭାବ ରହିବ। ସରକାରୀ କୃପାପାତ୍ର ହେବେ।

Comments are closed.