ରବିବାର ରାଶିଫଳ(୨୦/୧୨/୨୦୨୦)

ମେଷ: ଶ୍ରେଷ୍ଠ ସମ୍ମାନରେ ସମ୍ମାନିତ ହେବେ। ବିଭିନ୍ନ ସୂତ୍ରରୁ ଧନପ୍ରାପ୍ତିର ସୂଚନା ମିଳୁଛି। ସୁସ୍ଥ ଓ ନିରାମୟ ରହିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିପାରନ୍ତି। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବେ।
ବୃଷ: ସ୍ଥିରମତି ଓ ଧୀର କର୍ମପ୍ରବଣ ହେବେ। ସାଧାରଣ କ୍ଷେତ୍ରରେ ପ୍ରଶଂସିତ ହେବେ। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ଶରୀର ସୁସ୍ଥ ରହିବ। ଦୟାଳୁ ସ୍ୱଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ।
ମିଥୁନ: କାର୍ଯ୍ୟ ସରସ, ସୁନ୍ଦର ଓ ସହଜ ବୋଧଗମ୍ୟ ହେବ। ଭାଗ୍ୟଶାଳୀ ହେବେ। ଭୋଗବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ। ସୁଖୀ ହେବେ। ବିଦ୍ୱାନ୍‍, ସାହସୀ ଓ ସମ୍ପତ୍ତିବାନ୍‍ ହୋଇପାରନ୍ତି।
କର୍କଟ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ଈର୍ଷାଳୁ ସ୍ୱଭାବର ହେବେ। ସ୍ୱାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିପାରନ୍ତି। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡ଼ିବ।
ସିଂହ: ସୁଖ ସମ୍ଭୋଗରେ ସମୟ ଅତିବାହିତ କରିପାରନ୍ତି। ବ୍ୟବସାୟ ଲାଭଜନକ ହେବ। ସମାଜ ସେବାପ୍ରତି ମନ ବଳାଇପାରନ୍ତି। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହେବେ। ପତ୍ନୀଙ୍କ ପରାମର୍ଶ ଉପାଦେୟ ହେବ। ସୁଖ ମିଳିବ।
କନ୍ୟା: ମିଳିଥିବା ସୁଯୋଗକୁ ହାତଛଡ଼ା କରିବେ ନାହିଁ। ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ। ଚକ୍ଷୁରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ସୁସ୍ଥ ଓ ନିରାମୟ ରହିବେ। ଶତ୍ରୁ ଦମନ କରି ମାନସିକ ଶାନ୍ତି ଫେରିପାଇବେ। ସୁସମ୍ବାଦ ମିଳିବ।
ତୁଳା: ନକ୍ଷତ୍ର ଶୁଭହେତୁ ଶୁଭକର୍ମ ପାଇଁ ମନ ପ୍ରବର୍ତ୍ତାଇବେ। କର୍ମଚଞ୍ଚଳ ରହିବେ। ଆକସ୍ମିକ ଧନଲାଭ ହେବାର ସୂଚନା ମିଳୁଛି। ଲଟେରୀ ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ। ଆର୍ଥିକ ସ୍ରୋତ ବିଭିନ୍ନ ଦିଗରୁ ଆସିବ।
ବିଛା: ଆପଣଙ୍କ କଥାରେ ଯଥାର୍ଥତା, ଉଚ୍ଚ କର୍ତ୍ତୃପକ୍ଷ ହୃଦବୋଧ କରିପାରନ୍ତି। ଉଦାର ପ୍ରକୃତିର ହେବେ। ଦାନଶୀଳ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହୋଇପାରନ୍ତି। ଯାନବାହନ ସୁଖ ମିଳିବ।
ଧନୁ: କାର୍ଯ୍ୟକୁ କରାୟତ କରି ପ୍ରଶଂସାର ପାତ୍ର ହେବେ। କାର୍ଯ୍ୟରେ ସଫଳତା ଲାଭ କରିବେ। ମନ ପ୍ରସନ୍ନ ରହିବ। ଈଶ୍ୱରବିଶ୍ୱାସୀ ହେବେ। ମଧୁରଭାଷୀ ହୋଇପାରନ୍ତି। ପ୍ରେମୀ ଓ ସାହସୀ ହେବେ। ସାନଭାଇମାନଙ୍କଠାରୁ ଆଦର ମିଳିବ।
ମକର: ପରାମର୍ଶ ନ ନେଇ ସ୍ୱଇଚ୍ଛାରେ କରିବା ଲାଭପ୍ରଦ ହେବା କଷ୍ଟସାଧ୍ୟ। ଭାଗ୍ୟଶାଳୀ ହୋଇପାରନ୍ତି। ସହନଶୀଳ, ଶାନ୍ତିପ୍ରିୟ ଓ ବିଦ୍ୟାପ୍ରେମୀ ହେବେ। ସାହସୀ ହେବେ। ବ୍ୟବସାୟରୁ ପ୍ରଚୁର ଧନଲାଭ ହେବ।
କୁମ୍ଭ: ଯୋଗାଯୋଗ ଶୁଭଦାୟକ ହେବ। କଥାବାର୍ତ୍ତା ସୌଜନ୍ୟପୂର୍ଣ୍ଣ କରିପାରନ୍ତି। ଏଶ୍ୱର୍ଯ୍ୟଯୁକ୍ତ ହେବେ। ରଣକ୍ଷେତ୍ରରେ ନ୍ୟାୟିକ ଆଚରଣ କରିପାରନ୍ତି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭର ସୂଚନା ମିଳୁଛି। ବିଦ୍ୱାନ ଓ ଶାସ୍ତ୍ରଜ୍ଞ ହେବେ।
ମୀନ: ସମସ୍ୟା ସମାଧାନରେ ଯତ୍ପରୋନାସ୍ତି ଚେଷ୍ଟା କରିବେ। କର୍ମଚଞ୍ଚଳ ରହିବେ। ଆଖିରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ଓ ଜ୍ଞାନୀ ହୋଇପାରନ୍ତି। ମଧୁର କଥାରେ ପରକୁ ଆପଣାର କରିପାରନ୍ତି।

Comments are closed.