ରବିବାର ରାଶିଫଳ

ମେଷ: ବାଦାବିଘ୍ନ ଥାଇ ମଧ୍ୟ ଉନ୍ନତି ମାର୍ଗରେ ଆଗକୁ ବଢ଼ିବେ। ନିଜ ସମ୍ମାନକୁ ଜଗି ଚଳିବାକୁ ପଡ଼ିବ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର-ମନ୍ତ୍ରାଦିି ବିଦ୍ୟାପ୍ରତି ରୁଚି ରହିବ। ବ୍ୟବସାୟ ଠିକ୍‍ ଚାଲିବ।
ବୃଷ: କାର୍ଯ୍ୟ ଦକ୍ଷତା ଯୋଗୁଁ ସମ୍ମାନିତ ହେବେ। ଉଦାର ସ୍ୱଭାବର ହେବେ।ା ଦାନ-ଧର୍ମରେ ଦୀକ୍ଷିତ ହୋଇପାରନ୍ତି। ସୁଖୀ ହେବେ। ଶୋଭନ ବ୍ୟକ୍ତିତ୍ୱର ଅଧିକାରୀ ହୋଇପାରନ୍ତିି। ସୁସ୍ଥ ଓ ନିରାମୟ ରହିବେ। କୃଷି କର୍ମକାରୀ ହୋଇପାରନ୍ତି।
ମିଥୁନ: ଧନଲାଭର ସୂଚନା ମିଳୁଛି। ମନୋବଳ ଦୃଢ଼ ରହିବ। ମନ ପ୍ରସନ୍ନ ରହିବ। ଆସ୍ତିକସ୍ୱଭାବର ହୋଇପାରନ୍ତି। ମଧୁରଭାଷୀ ହେବେ। ଥଣ୍ଡା-କଫଜନିତ ସାମାନ୍ୟ ପୀଡ଼ା ଅନୁଭବ କରିବେ। ପ୍ରେମୀ ଓ ସାହସୀ ହେବେ। ଭ୍ରାତୃଭାବ ଅତୁଟ ରହିବ।
କର୍କଟ: ଘାତଚନ୍ଦ୍ର ଭୋଗ ହେତୁ ଖୁବ୍‍ ସତର୍କରେ ଚଳିବାକୁ ପଡ଼ିବ। ଅର୍ଥାଭାବ ଦେଖା ଦେଇପାରେ। ଭାଗ୍ୟଶାଳୀ ହେବେ। ପରଦେଶବାସୀ, ମଧୁରଭଭାଷୀ, ସହନଶୀଳ, ଶାନ୍ତିପ୍ରିୟ ଓ ଉଦାର ବିଦ୍ୟାପ୍ରେମୀ ହେବେ। ମିତ୍ର ସୁଖ ଲାଭ କରିପାରନ୍ତି।
ସିଂହ: ଅଶାନ୍ତିର ଅବସାନ ଘଟିବ। ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି। ମୋକଦ୍ଦମାରେ ବିଜୟୀ ହେବା ସହିତ ଧନଲାଭର ସୂଚନା ମିଳୁଛି। ଚକ୍ଷୁରେ ପୀଡ଼ା ଅନୁଭବ କରିପାରନ୍ତି।
କନ୍ୟା: କ୍ଳାନ୍ତି ଅନୁଭବ କରିପାରନ୍ତି। ଥଣ୍ଡା-କଫରେ ଆକ୍ରାନ୍ତ ହୋଇପାରନ୍ତି। ଚଞ୍ଚଳ ସ୍ୱଭାବର ହେବେ। ମଧୁରଭାଷୀ ହେବେ। ଏକାନ୍ତ ପ୍ରିୟ ହେବେ। ଧାର୍ମିକ ପ୍ରବୃତ୍ତିର ହେବେ। ସାହସୀ ଓ ଜ୍ଞାନୀ ହୋଇପାରନ୍ତି। ଗୁପ୍ତ ବିଦ୍ୟାରେ ରୁଚି ରହିବ। ଖର୍ଚ୍ଚାନ୍ତ ହେବେ।
ତୁଳା: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ଉପକୃତ ହେବେ। ଆୟ ଆଶାନୁରୂପ ହୋଇପାରେ। ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ। ଯଶସ୍ୱୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। ଚଞ୍ଚଳ ପ୍ରକୃତିର ହୋଇପାରନ୍ତି। ସରକାରୀ ସ୍ତରରେ ସମ୍ମାନିତ ହେବେ।
ବିଛା: ଲୋଭଗ୍ରସ୍ତ ହୋଇପାରନ୍ତି। କୁଳ ଉଜ୍ଜ୍ୱଳକାରୀ ହୋଇପାରନ୍ତି। ମନପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ୱଭାବର ହୋଇପାରନ୍ତି। ବ୍ୟବସାୟ ଲାଭଜନକ ହେବ। ଯଶସ୍ୱୀ ହେବେ। ପରିବାର ପ୍ରତି ସ୍ନେହ ସଦିଚ୍ଛା ଭାବ ରହିବ।
ଧନୁ: ଶରୀର ସୁସ୍ଥ ରହିବ। ସେବା-ପୂଜା ପ୍ରତି ଧ୍ୟାନ ଦେଇପାରନ୍ତି। ଭାଗ୍ୟଶାଳୀ ହେବେ। ଦିନଟି ଭୋଗ-ବିଳାସରେ ଅତିବାହିତ କରିପାରନ୍ତି। ସୁଖ-ସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ। ଧର୍ମାତ୍ମା ଓ ବିଦ୍ୱାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।
ମକର: ଅନ୍ୟଥା କାର୍ଯ୍ୟ ଉପରେ ମନ ଦେବେ। ଈର୍ଷାଳୁ ସ୍ୱଭାବର ହୋଇପାରନ୍ତି।ା ସ୍ୱାଭିମାନୀ ହେବେ। ଶାରୀରିକ ଦୁର୍ବଳତା ଅନୁଭବ କରିବେ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ଅଷ୍ଟମ ଚନ୍ଦ୍ର ଭୋଗ ହେତୁ ଜଳଯାତ୍ରା ନିଷେଧ।
କୁମ୍ଭ: ସୁସ୍ଥ ଓ ନିରାମୟ ରହିବେ। ବହୁ ମିତ୍ରଙ୍କ ସାନ୍ନିଧ୍ୟ ମିଳିବ। ବ୍ୟବସାୟ ଭଲରେ ଚାଲିବ। ସମାଜ ସେବା ଉପରେ ଗୁରୁତ୍ୱ ଦେବେ। ମନରେ ଅହଂଭାବ ଆସିପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‍ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶ ଅତ୍ୟନ୍ତ ଉପାଦେୟ ହୋଇପାରେ।
ମୀନ: ତ୍ରୁଟିପୂର୍ଣ୍ଣ କାର୍ଯ୍ୟ ମନରେ ଅପଦସ୍ତ ହୋଇପାରନ୍ତି। ମନରେ ଅଶାନ୍ତି ସୃଷ୍ଟି ହୋଇପାରେ। ଭାଇମାନଙ୍କ ପ୍ରତି ସ୍ନେହଭାବ ରହିବ। ଶରୀର ସୁସ୍ଥ ରହିବ। ବଳିଷ୍ଠ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରା ସମ୍ମାନିତ ହୋଇ ସୁଖୀ ହେବେ।

Comments are closed.