ମଙ୍ଗଳବାର ରାଶିଫଳ ( ୦୨-୦୨-୨୦୨୧ )

ମେଷ: ଭାଇମାନଙ୍କ ଉପରେ ସ୍ନେହଭାବ ରହିବ। ଆଖିରେ ସାମାନ୍ୟ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଶତ୍ରୁହନ୍ତା ହେବେ। ଚାକିରି କ୍ଷେତ୍ରରେ ଉଚ୍ଚକର୍ତ୍ତୃପକ୍ଷଙ୍କ ପ୍ରଶଂସାର ପାତ୍ର ହେବେ। ବଦଖର୍ଚ୍ଚୀ ହୋଇପାରନ୍ତି।

ବୃଷ: କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ଦ୍ବାରା ଉପକୃତ ହେବେ। ଆକସ୍ମିକ ଧନଲାଭର ସୂଚନା ମିଳୁଛି। ତନ୍ତ୍ର ମନ୍ତ୍ରାଦି ଗୁପ୍ତବିଦ୍ୟା ପ୍ରତି ଆଗ୍ରହ ପ୍ରକାଶ କରିପାରନ୍ତି। ବ୍ୟବସାୟରୁ ପ୍ରଚୁର ଲାଭ ମିଳିବ। ଧାର୍ମିକ ଓ ତେଜସ୍ବୀ ହେବେ।

ମିଥୁନ: ଉଦାର ପ୍ରକୃତିର ହୋଇପାରନ୍ତି। ଦାନଶୀଳ ହେବେ। ଶୋଭନ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ସୁସ୍ଥ ଓ ନିରାମୟ ଜୀବନଯାପନ କରିପାରନ୍ତି। କୃଷି କର୍ମକାରୀ ହୋଇପାରନ୍ତି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବା ଆଶାକରାଯାଏ।

କର୍କଟ: ମନୋବଳ ଦୃଢ଼ ରହିବ। ମନ ପ୍ରସନ୍ନ ରହିବ। ଆସ୍ତିକ ହେବେ। ମଧୁରଭାଷୀ ହୋଇପାରନ୍ତି। ଥଣ୍ଡା କଫରେ ଆକ୍ରାନ୍ତ ହୋଇପାରନ୍ତି। ମେଳାପୀ ପ୍ରକୃତିର ହେବେ। ପ୍ରେମୀ ଓ ସାହସୀ ହେବେ। ସାନଭାଇଙ୍କ ଠାରୁ ଆଦର, ସମ୍ମାନ ମିଳିବ।

ସିଂହ: ଭାଗ୍ୟଶାଳୀ ହେବେ। ଆଦର୍ଶ ବ୍ୟକ୍ତିତ୍ବ ସମ୍ପନ୍ନ ହୋଇପାରନ୍ତି। ମଧୁରଭାଷୀ, ସହନଶୀଳ ଓ ଶାନ୍ତିପ୍ରିୟ ହେବେ। ବିଦ୍ୟାଭ୍ୟାସୀ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ମିତ୍ର ସୁଖ ମିଳିବ। ବ୍ୟବସାୟ ଲାଭଜନକ ହେବ।

କନ୍ୟା: ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ରହିବେ। ଐଶ୍ବର୍ଯ୍ୟଯୁକ୍ତ ହୋଇପାରନ୍ତି। ଯୁଦ୍ଧ ବା ମାଲିମୋକଦ୍ଦମାରେ ବିଜୟୀ ହେବେ। ମୋକଦ୍ଦମା ଖର୍ଚ୍ଚ ମିଳିବ। ବିଦ୍ବାନ୍‌ ଓ ଶାସ୍ତ୍ରଜ୍ଞ ହେବେ।

ତୁଳା: ବ୍ୟୟ ବୃଦ୍ଧିର ସୂଚନା ମିଳୁଛି। ଚଞ୍ଚଳ ସ୍ବଭାବର ହେବେ। ଏକାନ୍ତରେ କିଛି ସମୟ ବିତାଇ ପାରନ୍ତି। ଚକ୍ଷୁରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ମଧୁରଭାଷା କହି ପରକୁ ଆପଣାର କରି ସ୍ବାର୍ଥ ହାସଲ କରିବେ। ସାହସୀ ହେବେ।

ବିଛା: ଆୟ ପରିମାଣ ବୃଦ୍ଧି ପାଇବ। ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ। ଯଶସ୍ବୀ ହେବେ। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି। ତନ୍ତ୍ର ମନ୍ତ୍ରାଦି ଜ୍ୟୋତିଷ ବିଦ୍ୟାପ୍ରତି ରୁଚି ରହିବ।

ଧନୁ: ସୁଖ ସମ୍ମାନ ଲାଭ କରିପାରନ୍ତି। କୁଳ ପ୍ରଦୀପ ହେବେ। ମନ ପ୍ରସନ୍ନ ରହିବ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହେବେ। ବ୍ୟବସାୟ ଲାଭଜନକ ହେବ। ଯଶସ୍ବୀ ହୋଇପାରନ୍ତି। ପାରିବାରିକ ସ୍ନେହ ଶ୍ରଦ୍ଧା ବୃଦ୍ଧି ହେବ।

ମକର: ସେବା ପୂଜାରେ ନିଜକୁ ନିୟୋଜିତ କରିପାରନ୍ତି। ଭାଗ୍ୟଶାଳୀ ହେବେ। ଭୋଗ ବିଳାସ କରିପାରନ୍ତି। ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି। ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହୋଇପାରନ୍ତି। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

କୁମ୍ଭ: ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି। ସ୍ବାଭିମାନୀ ହେବେ। ଶତ୍ରୁ ଅଧିକ କିଛି କ୍ଷତି ହେବ ନାହିଁ। ସହଯୋଗୀ ବ୍ୟବସାୟ ଲାଭଜନକ ହେବ। ପରିଚାଳନା କ୍ଷେତ୍ରରେ ବିରୋଧୀମାନେ ବାଧ୍ୟ ହୋଇ ପଛଘୁଞ୍ଛା ହେବେ। ସତର୍କତାର ଦିନଟି ଆଜି।

ମୀନ: ବ୍ୟବସାୟରୁ ଭଲ ଲାଭ ମିଳିବ। ସମାଜ ସେବା ପ୍ରତି ମନ ବଳାଇ ପାରନ୍ତି। ସ୍ବକର୍ମ ପାଇଁ ମନରେ ଅହଂଭାବ ଜାଗ୍ରତ ହୋଇପାରେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହୋଇପାରନ୍ତି। ପତ୍ନୀଙ୍କ ପରାମର୍ଶରେ ଉପାଦେୟ ହେବ। ବନ୍ଧୁ ସହଯୋଗ ମିଳିପାରେ।

Comments are closed.