କଳିଙ୍ଗ ହସ୍ପିଟାଲ ବିରୋଧରେ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ତଦନ୍ତ ନିର୍ଦ୍ଦେଶ

ଭୁବନେଶ୍ବର : ବିଧାୟକ ମୋହନ ମାଝୀଙ୍କୁ କଳିଙ୍ଗ ହସ୍ପିଟାଲ କର୍ତ୍ତୃପକ୍ଷ ଦୁର୍ବ୍ୟହାର କରିବା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ । ୪ଜଣିଆ କମିଟି ଗଠନ ସହ ୭ଦିନ ଭିତରେ ତଦନ୍ତ ରିପୋର୍ଟ ଦେବାକୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ କମିଶନରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ ।
ସୂଚନା ଅନୁଯାୟୀ ଟଙ୍କା ପଇଠ ନକରିବାରୁ ଏକ ମୃତ ଦେହକୁ ଛାଡୁନଥିଲେ ହସ୍ପିଟାଲ କର୍ତ୍ତୃପକ୍ଷ । ମୃତ ଦେହକୁ ଛାଡିବା ପାଇଁ ବିଧାୟକ ନିଜେ ନିବେଦନ କରିବାକୁ ଯାଇଥିବା ବେଳେ ହସ୍ପିଟାଲ କର୍ତ୍ତୃପକ୍ଷ ତାଙ୍କୁ ଦୁର୍ବ୍ୟହାର କରିଥିଲେ । ତୁରନ୍ତ ତଦନ୍ତ ପ୍ରକ୍ରିୟା ଆରମ୍ଭ କରି ୭ଦିନ ଭିତରେ ରିପୋର୍ଟ ଦେବାକୁ ସ୍ୱାସ୍ଥ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।

Comments are closed.