MEllora 950×100

ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ

ତେଲକୋଇ: ସମାକୋଇ ନଦୀରେ ଭାସୁଛି ଅଜଣା ବ୍ୟକ୍ତିଙ୍କ ମୃତଦେହ । ଏଭଳି ଘଟଣା ଦେଖିବାକୁ ମିଳିଛି ତେଲକୋଇ ଥାନା ଅନ୍ତର୍ଗତ ସମାକୋଇ ନଦୀର ଖେଞ୍ଚବଣିଆ ଘାଟରେ । ସୂଚନା ଅନୁଯାୟୀ ଆଜି ସକାଳୁ ତେଲକୋଇ ଭୂୟାଁ ସାହିର କିଛି ମହିଳା ଖେଞ୍ଚବଣିଆ ଘାଟକୁ ଗାଧୋଇବା ପାଇଁ ଯାଇଥିବା ବେଳେ ଏକ ବ୍ୟକ୍ତି ପଡିଥିବା ଦେଖିବାକୁ ପାଇଥିଲେ । ଏନେଇ ତେଲକୋଇ ପୁଲିସ ଓ ଅଗ୍ନିଶମ ବିଭାଗକୁ ଖବର ଦିଆଯିବା ପରେ ଘଟଣାସ୍ଥଳରେ ପହଞ୍ଚି ପୁଲିସ ତଦନ୍ତ ଆରମ୍ଭ କରିଛି । ମୃତକଙ୍କ ପରିଚୟ ମିଳିପାରିନଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ତଦନ୍ତ ପରେ ପ୍ରକୃତ ତଥ୍ୟ ପଦାକୁ ଆସିବ ।

Comments are closed.