ଜାମ୍ମୁ-କାଶ୍ମୀର: ଯବାନଙ୍କ ଗୁଳିରେ ଟଳିଲେ ୩ ଆତଙ୍କୀ

ଜାମ୍ମୁ-କାଶ୍ମୀର: ଜାମ୍ମୁ-କାଶ୍ମୀରର ପୁଲୱାମା ଜିଲାରେ ସୋମବାର ଆତଙ୍କବାଦୀ ଓ ସୁରକ୍ଷାବଳ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ୩ ଜଣ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ବର୍ତ୍ତମାନ ସୁଦ୍ଧା ସର୍ଚ୍ଚ ଅପରେସନ ଜାରି ରହିଛି।

ମିଳିଥିବା ଖବର ମୁତାବକ, ଆଜି ସକାଳୁ ଭାରତୀୟ ସେନା ଓ ଜାମ୍ମୁ-କାଶ୍ମୀର ପୁଲିସର ସ୍ପେଶାଲ ଟିମ୍‍ ୱାଚିରେ ଆତଙ୍କବାଦୀ ଥିବା ନେଇ ଖବର ପାଇଥିଲେ। ଏହାପରେ ସର୍ଚ୍ଚ ଅପରେସନ ଆରମ୍ଭ କରାଯାଇଥିଲା। ସର୍ଚ୍ଚ ଅପରେସନ ସମୟରେ ଆତଙ୍କବାଦୀମାନେ ସୁରକ୍ଷାବଳଙ୍କ ଉପରେ ଗୁଳି ଚାଳନା କରିଥିଲେ। ଏହାପରେ ସେନାର ପ୍ରତିଜବାବରେ ୩ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି।

Comments are closed.