ପୁଲୱାମାରେ ଏନକାଉଣ୍ଟର, ଦୁଇ ଆତଙ୍କବାଦୀ ନିହତ

ଜମ୍ମୁ: ଦକ୍ଷିଣ କାଶ୍ମୀରର ପୁଲୱାମା ଜିଲ୍ଲାର କାକାପୋରା ଅଞ୍ଚଳରେ ଚାଲିଥିବା ଏନକାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି। ଏନକାଉଣ୍ଟର ସମ୍ପର୍କରେ ସୂଚନା ଦେଇ ଜଣେ ଅଧିକାରୀ କହିଛନ୍ତି ଯେ ମୃତ ଆତଙ୍କବାଦୀଙ୍କୁ ଏପର୍ଯ୍ୟନ୍ତ ଚିହ୍ନଟ କରାଯାଇ ନାହିଁ।

ସେ କହିଛନ୍ତି ଯେ ଆତଙ୍କବାଦୀଙ୍କ ଲୁଚି ରହିଥିବା ସୂଚନା ପାଇ ଏସଓଜି ଏବଂ ସିଆରପିଏଫ୍ ର ମିଳିତ ଟିମ୍ ସର୍ଚ୍ଚ ଅପରେସନ କରିଥିଲେ। ଆତଙ୍କବାଦୀ ଲୁଚି ରହିଥିବା ଘରକୁ ଯବାନମାନେ ଘେରି ନେବା ପରେ ଆତଙ୍କବାଦୀମାନେ ସେମାନଙ୍କ ଉପରକୁ ଗୁଳି ଚଳାଇଥିଲେ। ସୁରକ୍ଷାକର୍ମୀଙ୍କ ପାଲଟା ଆକ୍ରମଣରେ ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି।

Comments are closed.