୮ ଲକ୍ଷରୁ ଊର୍ଦ୍ଧ୍ୱ ଆରୋଗ୍ୟ : ଆଗ ଧାଡ଼ିର କୋଭିଡ ଯୋଦ୍ଧା, ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା

ଭୁବନେଶ୍ୱର : ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୮ ଲକ୍ଷ ଟପିଛି। ସୋମବାର ଆଉ ୮୧୮୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଥିସହ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୮ ଲକ୍ଷ ୪ ହଜାର ୯୮୧କୁ ବୃଦ୍ଧି ପାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଆଗ ଧାଡ଼ିର କୋଭିଡ ଯୋଦ୍ଧା, ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ଉତ୍ସର୍ଗୀକୃତ କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଛନ୍ତି।

ମୁଖ୍ୟମନ୍ତ୍ରୀ କହିଛନ୍ତି ଆଗ ଧାଡ଼ିର କୋଭିଡ ଯୋଦ୍ଧା, ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ଯୋଗୁଁ ୮ ଲକ୍ଷରୁ ଊର୍ଦ୍ଧ୍ୱ କୋଭିଡ ସଂକ୍ରମିତ ସୁସ୍ଥ ହୋଇଛନ୍ତି। ବର୍ତ୍ତମାନର କଠିନ ସମୟରେ ଲୋକଙ୍କ ବହୁମୂଲ୍ୟ ଜୀବନ ସୁରକ୍ଷା ପାଇଁ ଆପଣଙ୍କ ନିଷ୍ଠାପର ଉଦ୍ୟମ ବାସ୍ତବିକ ପ୍ରଶଂସନୀୟ ବୋଲି ମୁଖ୍ୟମନ୍ତ୍ରୀ ଟ୍ୱିଟ କରି କହିଛନ୍ତି ।

Comments are closed.