ଆଜି ପ୍ରତିଟି ଭାରତୀୟଙ୍କ ପାଇଁ ଗର୍ବ ଏବଂ ଗୌରବର ବିଷୟ – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର -୭୬ତମ ସ୍ୱାଧୀନତା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭୁବନେଶ୍ୱରରେ ପତାକା ଉତ୍ତୋଳନ କରିଛନ୍ତି । ରାଜଧାନୀର ପ୍ରଦର୍ଶନୀ ପଡିଆରେ ପତାକା ଉତ୍ତୋଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ମୁଖ୍ୟମନ୍ତ୍ରୀ ସ୍ୱାଧୀନତା ସେନାନୀମାନଙ୍କୁ ମନେପକାଇଥିଲେ । ଜାତିର ପିତା ମହାତ୍ମା ଗାନ୍ଧୀ, ପଣ୍ଡିତ ନେହେରୁ, ନେତାଜୀ ସୁଭାଷ ଚନ୍ଦ୍ର ବୋଷ, ସର୍ଦ୍ଦାର ପଟେଲ, ମୌଲାନା ଆଜାଦ, ଡଃ ବି.ଆର. ଆମ୍ବେଦକର, ଡଃ ରାଜେନ୍ଦ୍ର ପ୍ରସାଦ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୂଦନ ଦାସ, ନବକୃଷ୍ଣ ଚୌଧୁରୀ, ଗୋପବନ୍ଧୁ ଚୌଧୁରୀ, ସହିଦ୍ ଲକ୍ଷ୍ଣଣ ନାଏକ, ବୀର ସୁରେନ୍ଦ୍ର ସାଏ, ମା ରମାଦେବୀ, ମାଳତୀ ଚୌଧୁରୀ, ଡଃ ହରେକୃଷ୍ଣ ମହତାବ, ବିଜୁ ପଟ୍ଟନାୟକ ଓ ପାର୍ବତୀ ଗିରିଙ୍କ ପରି ସ୍ୱାଧୀନତା ସଂଗ୍ରାମୀଙ୍କ ଯୋଗୁଁ ଭାରତ ପରାଧିନର ଶୃଙ୍ଖଳରୁ ମୁକ୍ତ ହୋଇ ସ୍ୱାଧୀନତା ପାଇଛି ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିଛନ୍ତି ।

ବିଗତ କିଛି ବର୍ଷ ମଧ୍ୟରେ ଓଡ଼ିଶା ଅନେକ ଉନ୍ନତି କରିଛି । ପ୍ରାକୃତିକ ବିପର୍ଯ୍ୟୟ ମୁକାବିଲା ଏବଂ ଶସ୍ୟ କ୍ଷେତ୍ରରେ ନିଅଣ୍ଟିଆ ରାଜ୍ୟରୁ ବଳକା ରାଜ୍ୟରେ ପରିଣତ ହୋଇପାରିଛି ବୋଲି ସେ କହିଛନ୍ତି ।

ଏବେ ଓଡ଼ିଶା କ୍ରୀଡା କ୍ଷେତ୍ରରେ ଦେଶ ତଥା ଅନ୍ତର୍ଜାତୀୟ ସ୍ତରରେ ବେଶ୍‌ ଅଗ୍ରଗତି କରିଛି । ଏକ ସ୍ପୋର୍ଟ୍ସ ହବ୍‌ ହୋଇପାରିଛି ବୋଲି ପ୍ରକାଶ କରିଛନ୍ତି। ମହିଳାଙ୍କୁ ସଶକ୍ତ କରିବା ଦିଗରେ ଓଡ଼ିଶା ବେଶ୍‌ ଆଗୁଆ । ୭୦ ଲକ୍ଷ ମାଆ ମାନଙ୍କୁ ସଶକ୍ତ କରାଯାଇ ପାରିଛି ବୋଲି ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି ।

ମୁଖ୍ୟମନ୍ତ୍ରୀ ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ୱତନ୍ତ୍ର ଫଟୋଚିତ୍ର ପ୍ରଦର୍ଶନୀର ଉଦଘାଟନ କରିବା ସହ, ରାଜ୍ୟବ୍ୟାପୀ ‘ଅହିଂସା ରଥ’ ପରିକ୍ରମାର ଶୁଭାରମ୍ଭ କରିଛନ୍ତି ।

Comments are closed.