ଶପଥ ନେଲେ ୩ ନୂଆ ବିଚାରପତି

କଟକ: ଓଡ଼ିଶା ଉଚ୍ଚ ନ୍ୟାୟାଳୟର ବିଚାରପତି ଭାବେ ଜଷ୍ଟିସ ଭି.ନରସିଂହ, ଜଷ୍ଟିସ ବିରଜା ପ୍ରସନ୍ନ ଶତପଥୀ ଓ ଜଷ୍ଟିସ ମୁରାହରି ଶ୍ରୀ ରମଣ ସୋମବାର ଶପଥ ଗ୍ରହଣ କରିଛନ୍ତି। ହାଇକୋର୍ଟ ନୂଆ ସମ୍ମିଳନୀ କକ୍ଷରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟ ବିଚାରପତି ଜଷ୍ଟିସ ଏସ. ମୁରଲୀଧର ତିନି ନୂଆ ବିଚାରପତିଙ୍କୁ ଶପଥ ପାଠ କରାଇଛନ୍ତି। ଏହି ଅବସରରେ ଉଚ୍ଚ ନ୍ୟାୟାଳୟର ସମସ୍ତ ବିଚାରପତିଙ୍କ ସମେତ ଅନ୍ୟମାନେ ଉପସ୍ଥିତ ଥିଲେ। ତିନି ନୂଆ ବିଚାରପତିଙ୍କ ନିଯୁକ୍ତି ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତି ସଂଖ୍ୟା ୨୧ରେ ପହଞ୍ଚିଛି।

Comments are closed.