ଗୁରୁବାର ରାଶିଫଳ (୦୫-୧୧-୨୦୨୦)

ମେଷ: ପ୍ରତ୍ୟେକ କ୍ଷେତ୍ରରେ ଓ କାର୍ଯ୍ୟରେ ସଫଳତା ପାଇବେ। ପ୍ରତିଯୋଗିତାରେ ବିଜୟ ଲାଭ କରିବେ। ଆର୍ଥିକ କ୍ଷେତ୍ର ସ୍ୱଚ୍ଛଳ ରହିବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ସରକାରୀ ସ୍ତରରୁ ଲାଭ ମିଳିବ। ଅଶାନ୍ତି ଦୂର ହେବ।

ବୃଷ: ଆଶାବାଦୀ ହେବେ। ତ୍ୟାଗଶୀଳ ହୋଇପାରନ୍ତି। ଜଣେ ବିଜ୍ଞ ବ୍ୟକ୍ତି ଭାବେ ସାମାଜିକ କ୍ଷେତ୍ରରେ ଜନସାଧାରଣଙ୍କର ଆଦରଣୀୟ ହେବେ। ବିବିଧ ଧନଯୁକ୍ତ ହୋଇପାରନ୍ତି। କର୍ମଚଞ୍ଚଳ ରହିବେ। ଅତିସୁଖୀ ଓ କୀର୍ତ୍ତିମାନ୍‍ ହୋଇପାରନ୍ତି।

ମିଥୁନ: ଶ୍ରୀଚନ୍ଦ୍ର ଭୋଗ ହେତୁ ଉତ୍ତମ ଭୋଜନ ମିଳିବ। ଭଲ ଆୟ ହେବ। ସରକାରୀ ବା ବନ୍ଧୁ ସୂତ୍ରରୁ ଲାଭବାନ୍‍ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ସୁସ୍ଥ ଓ ନିରାମୟ ରହିବେ। ନୂଆ ବନ୍ଧୁ ଜୁଟି ପାରନ୍ତି। ଚିନ୍ତାଧାରା ମହତ ହେବ।

କର୍କଟ: କାର୍ଯ୍ୟ ବାଧାପ୍ରାପ୍ତ ହୋଇପାରେ। ବିବାଦୀୟ ବିତର୍କରେ ଭାଗ ନ ନେଇ ଚୁପ୍‍ ରହିପାରନ୍ତି। ଖର୍ଚ୍ଚାନ୍ତ ହେବାର ସୂଚନା ମିଳୁଛି। ଆଖିରେ ସାମାନ୍ୟ ପୀଡ଼ା ଅନୁଭବ କରିପାରନ୍ତି। ମଧୁରଭାଷୀ ଭାବେ ପରକୁ ଆପଣାର କରିବେ।

ସିଂହ: ପରର ଉପକାର କରି ଆତ୍ମ ସନ୍ତୋଷ ଲାଭ କରିବେ। ସୁସମ୍ବାଦ ଶୁଣି ଖୁସି ହେବେ। ଅଧିକ ଜ୍ଞାନ ଅର୍ଜନ ପାଇଁ ଆଗ୍ରହ ପ୍ରକାଶ କରିପାରନ୍ତି। ସତ୍‍କର୍ମରେ ନିଜକୁ ନିୟୋଜିତ କରିବେ। ସରକାରୀ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି।

କନ୍ୟା: ଶୁଭ ଖବର ପାଇ ପ୍ରଫୁଲ୍ଲିତ ହେବେ। କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ। ଆର୍ଥିକ ସ୍ଥିତିରେ ସ୍ୱଚ୍ଛଳତା ଦେଖା ଦେବ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି। ବିବାଦୀୟ ଘଟଣାରେ ବିଜୟ ଲାଭ କରିବେ। ଘାତଚନ୍ଦ୍ର ଅଛି।

ତୁଳା: ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି। କାର୍ଯ୍ୟର ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ। ଅଧିକ କ୍ଷମତାର ଅଧିକାରୀ ହେବେ ଓ ତା’ର ସଦ୍‍ବ୍ୟବହାର କରି ପ୍ରଶଂସାର ପାତ୍ର ହେବେ। ବିବାଦୀୟ ଘଟଣାରେ ବିଜୟୀ ହେବେ।

ବିଛା: ଅର୍ଥ ପ୍ରାପ୍ତି ପାଇଁ କଷ୍ଟ ସ୍ୱୀକାର କରିବାକୁ ପଡ଼ିବ। ନୃତ୍ୟ ସଙ୍ଗୀତପ୍ରିୟ ହୋଇପାରନ୍ତି। ପ୍ରାପ୍ୟ ଆଦାୟ ପାଇଁ ଉପାୟ ଚିନ୍ତା କରିବେ। ସତ୍‍କର୍ମରେ ନିୟୋଜିତ ହେବେ। ଧର୍ମମାର୍ଗରେ ଚଳିବେ। ଅଷ୍ଟମ ଚନ୍ଦ୍ର ପାଇଁ ସତର୍କ ରହିବେ।

ଧନୁ: ବନ୍ଧୁ ମିଳନରେ ଅତିଥି ସତ୍କାରର ଦାୟିତ୍ୱ ବହନ କରିପାରନ୍ତି। ବହୁ ସୁଖକର ଘଟଣାମାନ ଘଟିପାରେ। କର୍ମକ୍ଷେତ୍ରରେ ସଫଳକାମ ହେବେ। ଶୁଭକାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ଅଛି। ମିଷ୍ଟାନ୍ନ ଭୋଜନ ମିଳିବ। ଆନନ୍ଦ ଉପଭୋଗ କରିବେ।

ମକର: ବିଭିନ୍ନ ଦିଗରୁ ସହଯୋଗ ମିଳିବ। ଶତ୍ରୁ ବିନାଶ କରି ମାନସିକ ଶାନ୍ତି ଫେରି ପାଇବେ। ଶୁଭଖବର ପାଇବେ। ବ୍ୟସ୍ତତା ମଧ୍ୟରେ ଦିନଟି ଅତିବାହିତ ହେବ। ଶୁଭକାର୍ଯ୍ୟ ପାଇଁ ସମୟ ଅନୁକୂଳ ଅଛି। ଋଣ ପରିଶୋଧ କରିପାରନ୍ତି।

କୁମ୍ଭ: ଆଲୋଚନା ମାଧ୍ୟମରେ କାର୍ଯ୍ୟ କଲେ ସଫଳତା ମିଳିବ। ଶାସ୍ତ୍ର ଅଧ୍ୟୟନରେ ମନୋନିବେଶ କରିପାରନ୍ତି। ବିଭିନ୍ନ ସ୍ତରରୁ ଅର୍ଥ ପ୍ରାପ୍ତିର ସୁବର୍ଣ୍ଣ ସୁଯୋଗ ଅଛି। ସୁସମ୍ବାଦ ମିଳିପାରେ। ପାରିବାରିକ ଜୀବନ ସୁଖପ୍ରଦ ହେବ।

ମୀନ: ସ୍ୱାଭିମାନୀ ହେବେ। ଶ୍ରମ ସାର୍ଥକ ହେବ। କେତେକ କ୍ଷେତ୍ରରେ ଭୁଲ ବୁଝାମଣା ଘଟିପାରେ। କୃଷିକ୍ଷେତ୍ରକୁ ତ୍ୱରାନ୍ୱିତ କରିପାରନ୍ତି। ଯାନବାହନ ସୁଖ ମିଳିପାରେ। ଗୃହ ପରିବେଶ ବା‌େ​ସାପଯୋଗୀ ହେବ। ସୁଖ ମିଳିବ।

Comments are closed.